ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଜଣେ ଅଟକ

ଗୋପାଳପୁର,୩ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ବଡ଼ ଧରଣର ଗଞ୍ଜେଇ ଚୋରାଚାଲାଣକୁ ଠାବ କରିଛି। ଏହି ଚୋରାଚାଲାଣରେ ଦୁଇଜଣ ଚମ୍ପଟ ମାରିଥିବା ବେଳେ ଜଣକୁ ଅଟକ ରଖି ପୋଲିସ ପଚରାଉଚରା କରୁଥିବା ଜଣାପଡ଼ିଛି।

ସୂଚନାନୁସାରେ, ଗଜପତି ଜିଲା ମୋହନା ଅଞ୍ଚଳରୁ ଇଣ୍ଡିଆନ ଅଏଲ ଟ୍ୟାଙ୍କରରେ ଗଞ୍ଜେଇ ଲୋଡ୍‌ ହୋଇ ୧୬ ନଂ. ଜାତୀୟ ରାଜପଥ ଦେଇ କୋଲକାତା ଅଭିମୁଖେ ଯାଉଥିଲା। ଶନିବାର ପୂର୍ବାହ୍ନରେ ବିଶେଷ ସୂତ୍ରରୁ ଖବର ପାଇ ଗୋଳନ୍ଥରା ଥାନାଧିକାରୀ ବିବେକାନନ୍ଦ ମହନ୍ତ ଥାନା ସମ୍ମୁଖରେ ଉକ୍ତ ଟ୍ୟାଙ୍କରକୁ ଅଟକାଇ ଯାଞ୍ଚ କରିଥିଲେ। ଏହି ସମୟରେ ଚାଳକ ଓ ହେଲପର ଘଟଣାସ୍ଥଳରୁ କୌଶଳକ୍ରମେ ଚମ୍ପଟ ମାରିଥିଲେ। ତେବେ ଗାଡ଼ିରେ ବସିଥିବା ଜନୈକ ଯୁବକଙ୍କୁ କାବୁ କରିଥିବା ଜଣାପଡ଼ିଛି। ଟାଙ୍କି ଭିତରୁ ପୋଲିସ ୩ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri