ବୁଗୁଡ଼ା ଅଞ୍ଚଳରେ ବୁଢୁଛି ଚୋରା ମଦ କାରବାର

ବୁଗୁଡ଼ା,୨୫।୪(ଡି.ଏନ.ଏ.): ବୁଗୁଡ଼ା ସହର ସମେତ ନିକଟବର୍ତ୍ତୀ ଅଞ୍ଚଳରେ ଚୋରା ମଦ କାରାବାର ବୃଦ୍ଧି ପାଉଛି। ବୁଗୁଡା ଅବକାରୀ ବିଭାଗ ଅଧୀନରେ ଥିବା ବିଭିନ୍ନ ସ୍ଥାନରେ ମଧ୍ୟ ଏହି ଚୋରା କାରାବାର ବହୁଳ ଭାବରେ ଚାଲୁଛି। ଏପରିକି ବିଭାଗ ପକ୍ଷରୁ ଅନୁମତି ମିଳିଥିବା କିଛି ହାତଗଣତି ଖୁଚୁରା ବିକ୍ରୟ କେନ୍ଦ୍ର ବ୍ୟତୀତ ପାନ ଦୋକାନରୁ ଆରମ୍ଭ କରି ଫାଷ୍ଟଫୁଡ୍‌ ସେଣ୍ଟର ଏପରିକି କେତେକ ଘରେ ମଧ୍ୟ ବେଆଇନ ଭାବେ ଲୁଚାଛପାରେ ଏହି ଚୋରା ମଦ କାରବାର ଚାଲିଥିବା ନେଇ ସାଧାରଣରେ ଅଭିଯୋଗ ହେଉଛି। ଅବକାରୀ ବିଭାଗ ଏବଂ ମଦ ମାଫିଆଙ୍କ ମଧୁଚନ୍ଦ୍ରିକାରେ ଲକ୍ଷ ଲକ୍ଷ ଟଙ୍କାର ଚୋରା ମଦ ବ୍ୟାପାର ବୁଗୁଡ଼ା ସହର ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳରେ ବ୍ୟାପକ ଭାବେ ଚାଲୁ ରହିଛି। ଅନୁମତି ମିଳିନଥିବା ଖୁଚୁରା ବେପାରୀ ଅବକାରୀ ବିଭାଗର କିଛି ଅଧିକାରୀ ଓ ଦଲାଲଙ୍କୁ ହାତକରି ଏପରି ଅବାଧ ଭାବେ ଚୋରା ମଦ କାରବାର କରୁଛନ୍ତି। ମଦୁଆମାନେ ଅନ୍ଧାରିଆ ସ୍ଥାନ କିମ୍ବା ଦୋକାନ କଡରେ ବସି ଖୋଲାଖୋଲି ଭାବେ ମଦ ପିଉଛନ୍ତି। ଯାହାଦ୍ୱାରା ସେହି ରାସ୍ତା ଦେଇ ଯାଉଥିବା ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏଥିସହ ନିଶା ସେବନ କରି ଯୁବପିଢି ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ରହୁଥିବା ଅଭିଯୋଗ ହେଉଛି। ଅବକାରୀ ବିଭାଗର ଅଧିକାରୀମାନେ କେତେବେଳେ କେମିତି ଛୋଟ କାଟିଆ ନିଶା ବେପାରୀଙ୍କୁ ଧରୁଥିଲେ ହେଁ ବଡ ବଡ ବେପାରୀମାନଙ୍କୁ ଧରିବାକୁ ସାହାସ କରି ପାରୁନାହାନ୍ତି। ସେହିପରି ବୁଗୁଡ଼ା ସହରର କେତେକ ସ୍ଥାନରେ ଥିବା ମଦ ଦୋକାନ ସରକାରଙ୍କ ଧାର୍ଯ୍ୟ ସମୟଠାରୁ ଅଧିକ ସମୟ ଖୋଲା ରହୁଥିବା ଅଭିଯୋଗ ହେଉଛି। ତେବେ କାହିଁକି ଅବକାରୀ ବିଭାଗର କର୍ମଚାରୀମାନେ ଏଥିପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ବହୁ ସମୟରେ ସ୍ଥାନୀୟ ଅଞ୍ଚଳର ଅବକାରୀ ବିଭାଗୀୟ କାର୍ଯ୍ୟାଳୟରେ ତାଲା ଝୁଲୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri