Posted inଜାତୀୟ

ଭାରତ-ପାକିସ୍ତାନ ସୀମାରେ ଡ୍ରୋନ୍‌ରେ ଅସ୍ତ୍ରଶସ୍ତ୍ର ଚୋରା କାରବାରରେ ବୃଦ୍ଧି ଘଟିଛି…

ଶ୍ରୀନଗର,୧୩।୧୧ : ପଞ୍ଜାବ, ଜମ୍ମୁ-କଶ୍ମୀରର ଭାରତ ଏବଂ ପାକିସ୍ତାନ ସୀମାରେ ୨୦୨୨ ମସିହାରେ ସୀମା ଆରପାର୍ଶ୍ୱରୁ ଡ୍ରୋନ ମାଧ୍ୟମରେ ଡ୍ରଗ୍ସ ଏବଂ ଅସ୍ତ୍ର ଚୋରା ମାମଲା ଦ୍ୱିଗୁଣିତ ହୋଇଛି। ସୀମା ସୁରକ୍ଷା ବଳର ମହାନିର୍ଦେଶକ (ବିଏସଏଫ ଡିଜି) ପଙ୍କଜ କୁମାର ସିଂ ଏହି ସୂଚନା ଦେଇଛନ୍ତି। ବିଏସଏଫ ଡିଜି ସିଂ କହିଛନ୍ତି ଯେ ପାକିସ୍ତାନର ସୀମାକୁ ଲାଗିଥିବା ପଞ୍ଜାବ, ଜମ୍ମୁ-କଶ୍ମୀର ଅଞ୍ଚଳରେ ଡ୍ରୋନ ମାଧ୍ୟମରେ ଡ୍ରଗ୍ସ ଏବଂ ଅସ୍ତ୍ର ଚୋରା କାରବାର ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ତେବେ ପଡୋଶୀ ଦେଶର ଷଡଯନ୍ତ୍ରକୁ ରୋକିବାରେ ସେନିକମାନେ ଉଦ୍ୟମ ଜାରି ରଖିଛନ୍ତି।

ବିଏସଏଫର ମହାନିର୍ଦ୍ଦେଶକ କହିଛନ୍ତି ଯେ ସୀମା ଆରପାରିରୁ ଡ୍ରୋନ ମାଧ୍ୟମରେ ନିଶା ଦ୍ରବ୍ୟ, ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ପଠାଯାଉଛି। ଏହି ସମସ୍ୟାର ମୁକାବିଲା ପାଇଁ ବିଏସଏଫ ଏକ ସୁରକ୍ଷିତ ଦୃଢ଼ ପଦକ୍ଷେପ ପ୍ରସ୍ତୁତ ଜାରି ରଖିଛି। ଡ୍ରୋନ ଉପରେ ଫୋରେନସିକ ଅଧ୍ୟୟନ କରିବା ପାଇଁ ବିଏସଏଫ ନିକଟରେ ଦିଲ୍ଲୀର କ୍ୟାମ୍ପରେ ଏକ ଅତ୍ୟାଧୁନିକ ଲାବୋରେଟୋରୀ ପ୍ରତିଷ୍ଠା କରିଛି ଏବଂ ଏହାର ଫଳାଫଳ ଅତ୍ୟନ୍ତ ଉତ୍ସାହଜନକ ରହିଛି।

ବିଏସଏଫ ମୁଖ୍ୟ କହିଛନ୍ତି ଯେ ସୀମା ଆରପାର୍ଶ୍ୱରୁ, ଯେଉଁଠାରୁ ଅପରାଧୀମାନେ ଏହି କାର୍ଯ୍ୟକଳାପ କରୁଛନ୍ତି, ସେମାନଙ୍କର ଠିକଣା କ’ଣ, ଗୁପ୍ତଚର ଏଜେନ୍ସିମାନେ ଏହା ବିଷୟରେ ସୂଚନା ସଂଗ୍ରହ କରିବାରେ ସକ୍ଷମ ହୋଇ ପାରୁଛନ୍ତି ବୋଲି ବିଏସଏଫ ମୁଖ୍ୟ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri