ସ୍ବାମୀଙ୍କୁ ବିଲରେ କାମୁଡ଼ିଲା ସାପ, ମୃତ୍ୟୁ ଖବର ଶୁଣି ବିଷ ପିଇଦେଲେ ସ୍ତ୍ରୀ

ନିଆଳି,୧୬ା୮: ସ୍ବାମୀଙ୍କୁ ସର୍ପାଘାତ ପରେ ବିଷ ପିଇଦେଇଛନ୍ତି ସ୍ତ୍ରୀ। ବିଲକୁ କାମ କରିବାକୁ ଯାଇଥିବାବେଳେ ସ୍ବାମୀକୁ ଏକ ବିଷାକ୍ତ ସାପ କାମୁଡ଼ି ଦେଇଥିଲା। ତାଙ୍କୁ ଜଗତସିଂହପୁର ମେଡିକାଲ ନେବା ବାଟରେ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ବିଷ ପିଇଦେଇଛନ୍ତି ସ୍ତ୍ରୀ। ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନାନୁଯାୟୀ, ଏକବେରୁଆଁ ଗାଁର ନଟବର ସ୍ଵାଇଁଙ୍କ ପୁଅ ସୁରେନ୍ଦ୍ର ବିଲରେ ବାଇଗଣ ତୋଳୁଥିଲେ । ଏହି ସମୟରେ ଏକ ବିଷାକ୍ତ ସାପ କାମୁଡ଼ି ଦେବାରୁ ସେ ଅଚେତ ହୋଇ ପଡ଼ିଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଜଗତସିଂହପୁର ଡାକ୍ତରଖାନାକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ସମ୍ପର୍କରେ ଜାଣିବାକୁ ପାଇ ସ୍ତ୍ରୀ ଲତିକା ମର୍ମାହତ ହୋଇ ଘରେ ଥିବା ବିଷ ପିଇ ଦେଇଥିଲେ ।

ତେବେ ସୁରେନ୍ଦ୍ରଙ୍କ ଦୁଇଟି ଝିଅ ବିବାହିତ ଏବଂ ଏକମାତ୍ର ପୁଅ ତପନ ( ୩୦) ବିବ୍ୟାଙ୍ଗ । ସେ ଘରେ ପଡ଼ି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ହଜାର ହଜାର ଟଙ୍କା କମିଗଲା ସୁନା ଦର: ରୁପା ଦର୍‌ରେ ବି ଲାଗିଲା ବ୍ରେକ୍‌

ନୂଆଦିଲ୍ଲୀ,୩୦।୧: କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ସୁନା ଏବଂ ରୁପା ମୂଲ୍ୟରେ ବ୍ରେକ୍‌ ଲାଗିଛି। ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରାୟ ୮,୦୦୦ ହ୍ରାସ…

ଶ୍ମଶାନଘାଟ ଯିବାକୁ ମିଳିଲାନି ରାସ୍ତା, ରୋଡ୍ ଉପରେ ଅନ୍ତିମ ସଂସ୍କାର କଲେ ପରିବାର

ପାଟନା,୩୦ା୧: ବିହାରର ବୈଶାଳୀରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ସୁରକ୍ଷିତ ରାସ୍ତା ନ ପାଇ କ୍ରୋଧିତ ମହାଦଳିତ ପରିବାର ରାସ୍ତାରେ ଜଣେ ବୃଦ୍ଧା ମହିଳାଙ୍କ…

ମନ୍ତ୍ରୀଙ୍କ ବାସଭବନରେ ସହାୟକଙ୍କ ମୃତ୍ୟୁ, ସପରିବାର ସହ…

ଭୁବନେଶ୍ୱର,୩୦ା୧: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ସହାୟକ ଶଙ୍କର୍ଷଣ ନାଗଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବଲାଙ୍ଗୀର ଜିଲାର। ବିଦ୍ୟୁତ ଆଘାତରେ ସହାୟକଙ୍କ…

ଘରେ ପଶି ଚୋରି କରୁଥିଲେ ବାପପୁଅ, ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ଟାଉନ ପୋଲିସ

ବଲାଙ୍ଗୀର, ୩୦।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସିରିଜ ଚୋରି ଓ ଲୁଟ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବାପପୁଅଙ୍କୁ ବଲାଙ୍ଗୀର ଟାଉନ ଥାନା ପୋଲିସ ଗିରଫ କରି…

Featured Video Play Icon

‘ପାଠ ନ ପଢ଼ାଇ ପର୍ସନାଲ କଥା କୁହନ୍ତି ସରୋଜ୍ ସାର୍: ବି-ଏଡ଼୍ ବିଭାଗର ପ୍ରିନ୍ସପାଲ…

ଉତ୍କଳ ବିଶ୍ବଦିଦୟାଳୟ ‘ପାଠ ନପଢ଼ାଇ ପର୍ସନାଲ କଥା କୁହନ୍ତି ସରୋଜ୍ ସାର୍ । ଏମିତି କିଛି ଅଭିଯୋଗ ଉତ୍କଳ ବିଶ୍ବବିଦ୍ୟାଳୟ ବି-ଏଡ଼୍ ବିଭାଗର ପ୍ରିନ୍ସପାଲ ସରୋଜ ସାହୁଙ୍କ…

ଆକ୍ଟିଭ୍‌ ହେଲା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ, ଜାଣନ୍ତୁ କାହିଁକି ହୋଇଥିଲା ଡିଆକ୍ଟିଭେଟ୍‌

ନୂଆଦିଲ୍ଲୀ,୩୦।୧: ହଠାତ୍‌ ଗାଏବ ହୋଇଯାଇଥିବା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁଣିଥରେ ଆକ୍ଟିଭ୍‌ ହୋଇଛି। କୋହଲି ତାଙ୍କ ଆକାଉଣ୍ଟ ଡିଆଆଷ୍ଟିଭେଟ୍‌ କରିଦେଇଥିବା ପ୍ରଶଂସକ ଭାବୁଥିଲେ। କିନ୍ତୁ ଏହା…

ମହେନ୍ଦ୍ର ସିଂହ ଧୋନିଙ୍କୁ ହଠାତ ଭେଟିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ରାଜନୈତିକ ମହଲରେ ଖୁବ ଚର୍ଚ୍ଚା

ରାଞ୍ଚି,୩୦।୧: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ହଠାତ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମୁଖ୍ୟମନ୍ତ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ…

ଜେଲ୍ ଭିତରେ ପ୍ରେମିକର ଜନ୍ମଦିନ ପାଳନ: ଭାଇରାଲ ହେଲା ଯୁବତୀଙ୍କ ‘ରିଲ୍ସ’

ନୂଆଦିଲ୍ଲୀ,୩୦।୧: ଛତିଶଗଡ଼ର ସବୁଠାରୁ ସୁରକ୍ଷିତ ଜେଲ୍‌ରୁ ଏକ ଚିନ୍ତାଜନକ ଦୃଶ୍ୟ ସାମ୍ନାକୁ ଆସିଛି। ଜଣେ ଯୁବତୀ ଜେଲ୍ ଭିତରେ ପଶି ନିଜ ପ୍ରେମିକକୁ ଭେଟିବା ସହ ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri