ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ କାମୁଡ଼ାରେ ଜଣେ ବିବାହିତ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ ସମ୍ପୂର୍ଣ୍ଣ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତକ ଜଣକ ହେଉଛନ୍ତି ସମାପଲା ଗ୍ରାମର ଶୁକ୍ରୁ ମାଝୀଙ୍କ ପୁତ୍ର ଦାନ ମାଝୀ (୪୫)। ମିଳିଥିବା ସୂଚନା ମୁତାବକ, ଦାନ ମାଝୀ ନିଜ ଗ୍ରାମ ନିକଟସ୍ଥ ‘ଉଣ୍ଡୁଲା ମସ୍କା’ ନାମକ ଚାଷ ଜମିକୁ କାମ କରିବାକୁ ଯାଇଥିଲେ। ଚାଷ କାର୍ଯ୍ୟ କରୁଥିବା ସମୟରେ ହଠାତ ଏକ ବିଷାକ୍ତ ନାଗ ସାପ ତାଙ୍କୁ ଦଂଶନ କରିଥିଲା। ଏହାପରେ ସେ ଗୁରୁତର ଅବସ୍ଥାରେ ଘରକୁ ଫେରି ପରିବାର ଲୋକଙ୍କୁ ସର୍ପାଘାତ ସମ୍ପର୍କରେ ଜଣାଇଥିଲେ। ପରିବାର ଲୋକେ ତୁରନ୍ତ ୧୦୮ ଆମ୍ବୁଲାନ୍ସ ସହ ଯୋଗାଯୋଗ କରି ତାଙ୍କୁ ମେଡିକାଲ ଆଣିବାକୁ ବ୍ୟବସ୍ଥା କରିଥିଲେ। ମାତ୍ର ଦୁର୍ଭାଗ୍ୟବଶତଃ, ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣୁଥିବା ବାଟରେ, ଗୋପାଳପୁର ନିକଟରେ ହିଁ ଆମ୍ବୁଲାନ୍ସ ଭିତରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଡାକ୍ତରଖାନାରେ ପହଞ୍ଚିବା ପରେ ଉପସ୍ଥିତ ଚିକିତ୍ସକ ତାଙ୍କୁ ‘ମୃତ’ ଘୋଷଣା କରିଥିଲେ।
ଏନେଇ ଥୁଆମୂଳ ରାମପୁର ଥାନାରେ ଏକ ଅପମୃତ୍ୟୁ ମାମଲା (କେସ ନମ୍ବର ୦୫/୨୬) ରୁଜୁ କରାଯାଇଛି। ପୋଲିସ ଶବ ବ୍ୟବଚ୍ଛେଦ କରାଇବା ପରେ ମୃତଦେହକୁ ଶୋକାକୁଳ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ କାରଣ ଏବଂ କେଉଁ ପ୍ରଜାତିର ସାପ ଚୋଟ ମାରିଛି, ତାହା ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି।

ମୃତ ଦାନ ମାଝୀଙ୍କ ପରିବାରରେ ତାଙ୍କ ସ୍ତ୍ରୀ ଏବଂ ଏକ ଛୋଟ ଝିଅ ରହିଛନ୍ତି। ସେ ହିଁ ପରିବାରର ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି ଥିଲେ। ଚାଷ କାମ କରି ସେ ନିଜ ପରିବାର ପ୍ରତିପୋଷଣ କରୁଥିଲେ। ତାଙ୍କର ଆକସ୍ମିକ ବିୟୋଗ ପରେ ଏବେ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅ ସମ୍ପୂର୍ଣ୍ଣ ଅସହାୟ ଓ ନିରାଶ୍ରୟ ହୋଇପଡ଼ିଛନ୍ତି। ଦାନଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଗଭୀର ଶୋକର ବାତାବରଣ ସୃଷ୍ଟି ହେବା ସହ ଗରିବ ଓ ଅସହାୟ ପରିବାରକୁ ସରକାରୀ ନିୟମ ଅନୁଯାୟୀ ତୁରନ୍ତ ଆର୍ଥିକ କ୍ଷତିପୂରଣ ଏବଂ ଅନ୍ୟାନ୍ୟ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଗ୍ରାମବାସୀ ଓ ସ୍ଥାନୀୟ ବୁଦ୍ଧିଜୀବୀ ପ୍ରଶାସନ ନିକଟରେ ଜୋରଦାର ଦାବି କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri