ଗଁା ମୁହଁା ସାପ,କୁମ୍ଭୀର

କେନ୍ଦ୍ରାପଡ଼ା, ୬ା୮(ଜଗନ୍ନାଥ ଧଳ)ଲଗାଣ ବର୍ଷା ପରେ କେନ୍ଦ୍ରାପଡ଼ା ଜିଲାର ୭ ନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀ ସିଷ୍ଟମରେ ବନ୍ୟା ଆସିଥିବା ବେଳେ ଏବେ ଜଳସ୍ତର କମିଛି ା ଏହାସତ୍ତ୍ୱେ ଜିଲାର ୫୬ ଗ୍ରାମ ପାଣି ଘେରରେ ଅଛି ା ଲଗାଣ ବର୍ଷା ଓ ବନ୍ୟା ଜଳ ଜିଲାର ତଳ ଅଞ୍ଚଳରେ ଜମି ରହିଛି ା ଏହି ସମୟରେ ଗ୍ରାମକୁ ସରିସୃପ ପଶି ଆସିବା ଏକ ଆତଙ୍କରେ ପରିଣତ ହୋଇଛି ା ଏଥିସହିତ ଗୋବରୀ, ବିରୂପା, ପାଇକା, ବ୍ରାହ୍ମଣୀ, କଣ୍ଠିଆ ନାଳ ଓ ଚିତ୍ରୋପତ୍ଳା ନଦୀର ୭ଟି ସ୍ଥାନରେ କୁମ୍ଭୀର ଭାସୁଥିବା ସ୍ଥାନୀୟ ଅଞ୍ଚଳବାସୀ ଦେଖଥିବା ଆଲୋଚନା ଚାଲିଛି ା ଜଳ ବନ୍ଦୀ ଘେରରେ ଥିବା ଗ୍ରାମଗୁଡିକରେ ବିଭିନ୍ନ ବିଷଧର ସାପ ଦେଖିବାକୁ ମିଳୁଛି ା ବର୍ଷା ଓ ବନ୍ୟା ଜଳରେ ନଷ୍ଟ ହୋଇଥିବା କଚ୍ଚା ଘରେ ଏହି ପ୍ରଜାତିଙ୍କୁ ଦେଖିବାକୁ ମିଳୁଥିବା ବେଳେ ସର୍ପାଘାତ ରୋଗୀଙ୍କ ସଂଖ୍ୟା ବଢ଼ୁଛି ା ରାଜକନିକା ବ୍ଲକ ଗୋପିନାଥପୁର ଗ୍ରାମରେ ଜଣେ ୭୦ ବର୍ଷିୟା ବୃଦ୍ଧାଙ୍କୁ ଗତ ଗୁରୁବାର ରାତିରେ ସର୍ପାଘାତ ହୋଇଛି ା ଏହି ଗ୍ରାମର ଅନ୍ୟ ଜଣେ ମଧ୍ୟ ସୋମବାର ରାତିରେ ସର୍ପାଘାତରେ ଗୁରୁତର ହୋଇଛନ୍ତି। ସେହିପରି ବନ୍ୟା ଘେରରେ ଥିବା ଲୁଣା କରାଣ୍ଡିଆ ଦ୍ୱୀପାଞ୍ଚଳରେ ସାପଙ୍କ ଆତଜାତ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି ା ଏପରି କିଛି ଘଟଣା ଉଦାହରଣ ହୋଇଥିବା ବେଳେ ଜିଲାର ଉପାନ୍ତ ଅଞ୍ଚଳରେ ସର୍ପାଘାତ ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଛି ା ଗ୍ରାମାଞ୍ଚଳର ପ୍ରତ୍ୟେକ ସ୍ବାସ୍ଥ୍ୟ କେନ୍ଦ୍ରରେ ସାପ ବିଷରୁ ରକ୍ଷା ପାଇଁ ଇଞ୍ଜେଶନ ରଖିବାକୁ ଦାବି ହୋଇଛି ା ଏସମ୍ପର୍କରେ ମହାକାଳପଡ଼ାର ହରେକୃଷ୍ଣ ପାତ୍ର କହିଛନ୍ତି, ଲଗାଣ ବର୍ଷା ଓ ବନ୍ୟାଜନିତ ପାଣି ଉପାନ୍ତ ଅଞ୍ଚଳବାସୀଙ୍କ ସ୍ବାଭାବିକ ଜୀବନଯାତ୍ରାକୁ ବ୍ୟାହତ କରିଛି। ପାନୀୟ ଜଳ, ଚାଷ, ସ୍ବାସ୍ଥ୍ୟ ଆଦି କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇଥିବା ବେଳେ ଏବେ ସରିସୃପ ଆତଙ୍କ ଖେଳିଯାଇଛି ା ଦିର୍ଘଦିନ ଧରି ପାଣି ଜମି ରହିବା ଫଳରେ ନିକଟସ୍ଥ ଭିତରକନିକା ଅଞ୍ଚଳରୁ ସରିସୃପ ଗ୍ରାମ ମଧ୍ୟକୁ ପଶି ଆସୁଛନ୍ତି ା ନଦୀ, ନାଳ ପୋଖରୀ ଏପରି କି ଚାଷ ଜମିରେ ଏବେ କୁମ୍ଭୀର ଦେଖା ଯାଉଛନ୍ତି ା କିଛିଦିନ ପୂର୍ବେ ମାର୍ଶାଘାଇ ଅଞ୍ଚଳରେ ୯ ଫୁଟ ଲମ୍ବର ନାଗ ସାପ ଉଦ୍ଧାର ହୋଇଛି ା ଅପରପକ୍ଷେ ବର୍ଷା ଓ ବନ୍ୟା ପାଇଁ ବିଷଧର ସାପ ଗ୍ରାମ ମଧ୍ୟରେ ଦେଖାଯାଉଛନ୍ତି ା ଆଳି, ରାଜନଗର, ରାଜକନିକା, ପଟ୍ଟାମୁଣ୍ଡାଇ, ମହାକାଳପଡ଼ା, ମାର୍ଶାଘାଇ, ଗରଦପୁର ବ୍ଲକ ଅଞ୍ଚଳରେ ସାପ ଦେଖାଯିବା ସମସ୍ୟା ଗୁରୁତର ହୋଇଛି ା ସର୍ପାଘାତରେ କେତେକଙ୍କ ଜୀବନ ମଧ୍ୟ ଯାଇଥିବା ସେ ସୂଚନା ଦେଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗଁାର ରମେଶ ମଲ୍ଲିକ କହିଛନ୍ତି, ବିଭିନ୍ନ ନଦୀରେ ବନ୍ୟା ପାଇଁ କୁମ୍ଭୀର ଓ ସାପ ଆତଙ୍କ ଧୋୟା ଅଞ୍ଚଳରେ ଖେଳିଯାଇଛି ା ଗତ ୨ ମାସରେ ଏହି ଅଞ୍ଚଳର ୪ ଜଣ କୁମ୍ଭୀରର ଶୀକାର ହୋଇଛନ୍ତି ା ସିଂହଗଁା ସମେତ ବଡ ରାଉଳିଆ, ସାନ ରାଉଳିଆ ଆଦି ଗ୍ରାମର କଚ୍ଚା ଘରେ ବିଷଧର ସର୍ପ ଦେଖାଯାଉଛନ୍ତି ା ବିଶେଷ କରି ସନ୍ତସନ୍ତିଆ ଘରଗୁଡିକରେ ଏଗୁଡିକ ଦେଖା ଦେଉଥିବାରୁ ରାତିରେ ଯାତାୟତ ବନ୍ଦ ସହ ପରିବାର ସଦସ୍ୟ ରାତି ଅନିଦ୍ରା ହେଉଛନ୍ତି ା
ଏ ସମ୍ପର୍କରେ ଡିଏମ୍‌ଓ ଡା. ଗୋପାଳ ଚନ୍ଦ୍ର ପ୍ରହରାଜ କହିଛନ୍ତି, ପ୍ରତ୍ୟେକ ସିଏଚ୍‌ସିକୁ ସାପ କାମୁଡା ଇଞ୍ଜେକଶନ ଯୋଗାଇ ଦିଆଯାଇଛି ା ସର୍ପ ଆଘାତ କ୍ଷେତ୍ରରେ କେତେକ ସତର୍କତା ଅବଲମ୍ବନ କରିବାକୁ ପଡିବ ା ସାପ କାମୁଡି ଥିବା ବ୍ୟକ୍ତିକୁ ଆଶ୍ୱାସନା ଦିଅନ୍ତୁ ା କାମୁଡ଼ି ଥିବା ସ୍ଥାନରେ ପିନ୍ଧିଥିବା ମୁଦି, ଘଣ୍ଟା, ବ୍ରତ, ପାଉଁଜି ଆଦି ଖୋଲିଦେବା ଆବଶ୍ୟକ। ତୁରନ୍ତ ଡାକ୍ତରଖାନା ନେବା ଜରୁରୀ। ସେହିପରି ଏହି ସମୟରେ ଆଦୌ ଡରିବା ବା ବିଚଳିତ ହେବା ଉଚିତ ନୁହେଁ ା ରୋଗୀକୁ ଚଲାବୁଲା ବା କାମ କରିବାକୁ ନ ଦେଇ ଟେକିଟେକି ନେବା ଦରକାର ା କ୍ଷତ ସ୍ଥାନକୁ ଧୁଅନ୍ତୁ ନାହିଁ କିମ୍ବା ବରଫ, ଇଲେକ୍ଟ୍ରିକ ସକ୍‌ ଦିଅନ୍ତୁ ନାହିଁ ା ଅଧିକାଂଶ ସମୟରେ ସାପ ବିଷ ଉପରକୁ ଚଢ଼ିଯିବା ଭୟରେ କ୍ଷତସ୍ଥାନକୁ ସୁତୁଲି, କତା ଦଉଡି, କଟା ରବର ଟ୍ୟୁବ, ଇଲେକଟ୍ରିକ ତାର ବ୍ୟବହାର ହେଉଥିବା ଲକ୍ଷ୍ୟ କରାଯାଉଛି ା ଏହାର କୌଣସି ଆବଶ୍ୟକତା ନାହିଁ ା ବ୍ଲେଡ ଓ ଛୁରୀରେ କ୍ଷତସ୍ଥାନକୁ କାଟନ୍ତୁ ନାହିଁ ା ଏହି ସମୟରେ ଖାଦ୍ୟ ପଦାର୍ଥ କିମ୍ବା ନିଶାଦ୍ରବ୍ୟ ବ୍ୟବହାର ରୋଗୀର କ୍ଷତି ପହଞ୍ଚାଇ ପାରେ ା ସବୁ ସାମୁଦ୍ରିକ ସାପ ବିଷଧର ବୋଲି ଡିଏମ୍‌ଓ ଡା. ପ୍ରହରାଜ ସଚେତନ କରାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri