ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)।

ଶନିବାର ଅପରାହ୍ନରେ ବାସୁଦେବ ଜମିରେ ମାଟି ହାଣୁଥିବା ବେଳେ ଏକ ସାପ ତାଙ୍କୁ କାମୁଡି ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପାତ୍ରପୁର ମେଡ଼ିକାଲ ଅଣାଯାଇଥିଲା। ସେଠାରୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସନ୍ଧ୍ୟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟ ଘଟିଛି।

Share