ପକ୍ଷାଘାତ ରୋଗୀଙ୍କ ହାତକୁ ଚେୟାରରେ ଦୁଇ ଘଣ୍ଟା ବାନ୍ଧି ରଖିଲା ସାପ, ତାପରେ ଯାହା ଘଟିଲା….

ହରଭଙ୍ଗା,୧।୬(ନରେନ୍ଦ୍ର ସାହୁ): ପୁରାଣରେ ସର୍ପ ବନ୍ଧନ କଥା ଶୁଣାଯାଏ କିନ୍ତୁ ବାସ୍ତବରେ କେହି ଦେଖି ନ ଥିବେ। ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଆଡେଣିଗଡ଼ ଗାଁରେ ଶନିବାର ବିଳମ୍ବିତ ରାତିରେ ଏଭଳି କିଛି ଘଟଣା ଘଟିଛି, ଯାହାକି ଶୁଣିଲେ ମଧ୍ୟ ଆଶ୍ଚର୍ଯ୍ୟ ପରି ଲାଗୁଛି। ପକ୍ଷାଘାତର ଶିକାର ହୋଇଥିବା କୃଷ୍ଣଚନ୍ଦ୍ର ସାହୁଙ୍କୁ ଏକ ସାପ ଦୁଇ ଘଣ୍ଟା ଧରି ଗୁଡାଇ ରଖିଥିଲା। ଜୀବନ ବଞ୍ଚାଇବା ପାଇଁ ରୋଗୀ ଜଣକ ନୀରବ ସଂଘର୍ଷ ଚଳାଇଥିଲେ। ଶେଷରେ ସାପଟି କିଛି କ୍ଷତି ନ କରି ଚାଲିଯିବା ଘଟଣା ପରିବାର ସଦସ୍ୟଙ୍କ ସମେତ ଅନ୍ୟମାନଙ୍କୁ ଚକିତ କରିଛି।

ସୂଚନା ମୁତାବକ, ହରଭଙ୍ଗା ବ୍ଲକ ଅନ୍ତର୍ଗତ ଆଡେଣିଗଡ଼ ଗାଁର କୃଷ୍ଣଚନ୍ଦ୍ର ଜଣେ ପକ୍ଷାଘାତ ରୋଗୀ। ଶନିବାର ବିଳମ୍ବିତ ରାତିରେ ସେ ଘରେ ଶୋଇଥିବା ବେଳେ ଘର ଝରକା ଖୋଲା ଥିଲା। ଏହି ସମୟରେ ଝରକା ଦେଇ ଏକ ଛୋଟ ଅଜଗର ସାପ ଘର ଭିତରକୁ ପଶି ଆସିଥିଲା ଏବଂ ଶୋଇଥିବା କୃଷ୍ଣଙ୍କ ଶରୀର ଉପରକୁ ଚଢ଼ିଯାଇଥିଲା। କୃଷ୍ଣ ଯେତେବେଳେ ଏହା ଜାଣିବାକୁ ପାଇଲେ, ସେତେବେଳେ ସେ ହଠାତ୍‌ ଉଠି ପାରି ନ ଥିଲେ କି କାହାକୁ ଡାକି ପାରି ନ ଥିଲେ। କାରଣ ସେ ପକ୍ଷାଘାତ ରୋଗରେ ପୀଡ଼ିତ ଥିବାରୁ ତାଙ୍କ ଶରୀରର ଗୋଟିଏ ପାର୍ଶ୍ୱ ସମ୍ପୂର୍ଣ୍ଣ ଅଚଳ ରହିଛି। କିଛି ସମୟ ପରେ କୃଷ୍ଣ ଉଠିବା ପାଇଁ ଚେଷ୍ଟା କରିଥିଲେ କିନ୍ତୁ ସେତେବେଳକୁ ସାପଟି କୃଷ୍ଣଙ୍କ ହାତକୁ ଏକ ଚେୟାର ସହ ଜୋରରେ ଗୁଡ଼ାଇ ବାନ୍ଧି ସାରିଥିଲା। ପରେ କୃଷ୍ଣଙ୍କ ବିକଳ ପାଟି ଶୁଣି ଯେତେବେଳେ ପରିବାର ଲୋକେ ଏହା ଦେଖିଲେ ସେମାନେ ଆଶ୍ଚର୍ଯ୍ୟ ହେବା ସହ ଭୟଭୀତ ହୋଇପଡ଼ିଥିଲେ। ଶେଷରେ ପରିବାର ଲୋକଙ୍କ ପ୍ରାୟ ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସାପ କବଳରୁ କୃଷ୍ଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିଲା। ଏହାପରେ ସାପଟିକୁ ଘର ବାହାରକୁ ସୁରକ୍ଷିତ ଛାଡି ଦିଆଯାଇଥିଲା। ଏବେ ଏହି ଆଶ୍ଚର୍ଯ୍ୟଜନକ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

ବିଗୁଡୁଛି ସ୍ବାସ୍ଥ୍ୟବସ୍ଥା, ହେଲେ ଜିଦ୍‌ରେ ଅଟଳ ସୋନମ; ଡାକ୍ତର ଦେଲେ ଏଭଳି ଚେତାବନୀ

ନୂଆଦିଲ୍ଲୀ,୧୭।୭: ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଦିଲ୍ଲୀର ଯନ୍ତର-ମନ୍ତରଠାରେ ତାଙ୍କର ଆମରଣ ଅନଶନ ଆଜି ୨୦…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

ପାକିସ୍ତାନ ସେନା ଉପରେ BLAର ବଡ଼ ଆକ୍ରମଣ, ବଲୁଚିସ୍ତାନକୁ ସ୍ୱାଧୀନ ଦେଶ ଘୋଷଣା କରି ଦେଖାଇଲା ଶକ୍ତି!

ଇସଲାମବାଦ,୧୭।୭: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ ଫିଲ୍ଡ ମାର୍ଶାଲ ଅସୀମ ମୁନିରଙ୍କ ପାଇଁ ସମସ୍ୟା କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଗୋଟିଏ ପଟେ, ପିଓକେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri