ମହାପ୍ରଭୁଙ୍କ ସ୍ନାନଯାତ୍ରା: ସ୍ନାନବେଦିକୁ ଯାଇପାରିବେ ଭକ୍ତ, ହେଲେ ଛୁଇଁବା ମନା

ପୁରୀ ଅଫିସ,୭।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲିଥିବାବେଳେ ସ୍ନାନଯାତ୍ରା ପ୍ରଥମେ ଥିବାରୁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ନାନଯାତ୍ରାଠାରୁ ଆରମ୍ଭ କରି ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତିକାନ୍ତି ଓ ବ୍ୟବସ୍ଥାବଳୀକୁ ଅନୁମୋଦନ କରାଯାଇଛି। ଚଳିତଥର ସ୍ନାନଯାତ୍ରାକୁ ଭକ୍ତଙ୍କୁ ପ୍ରବେଶ ଅନୁମତି ଥିବାରୁ ଏହାକୁ ଦୃଷ୍ଟିରେ ରଖି ଭକ୍ତମାନେ ସ୍ନାନବେଦିକୁ ଯାଇ ତିନି ଘଣ୍ଟା ଦର୍ଶନ କରିବାର ସୁଯୋଗ ପାଇବେ ବୋଲି ବୈଠକରେ ଉପସ୍ଥିତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ କହିଛନ୍ତି।

୧୫ଦିନ ଧରି ଅନବସର ନୀତି ହେବ। ଆସନ୍ତା ୧୪ରେ ସ୍ନାନଯାତ୍ରା ହେବ। ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଲୋକେ ଦର୍ଶନ କରିବେ। ୯ଟାରୁ ୯ଟା ୩୦ ପର୍ଯ୍ୟନ୍ତ ସେବାୟତ ପରିବାର ଲୋକେ ଦର୍ଶନ କରିବେ। ବେଶ ଲାଗିବେଳେ ସେବାୟତଙ୍କ ବିଶୃଙ୍ଖଳା ଆଚରଣ ଉପରେ ରୋକ୍‌ ଲଗାଯିବ। ପ୍ରତିହାରୀ ଓ ଦଇତା ନିଯୋଗଙ୍କୁ ଦାୟିତ୍ୱ ଦିଆଯାଇଛି। ଅଧିକ ଶ୍ରଦ୍ଧାଳୁଙ୍କ ଗହଣରେ ସ୍ନାନଯାତ୍ରା ହେବାକୁ ଥିବା ହେତୁ ଭୋର ୪ଟାରୁ ପହଣ୍ଡି ଆରମ୍ଭ ହୋଇ ୬ଟାରେ ଶେଷ ହେବ। ସକାଳ ୯ଟା ୩୦ରୁ ୧୧ଟା ୩୦ ମଧ୍ୟରେ ଜଳବିଜେ ଓ ୧୨ଟା ୧୫ରେ ଛେରାପହଁରା କରାଯିବ। ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ହାତୀବେଶ ଶେଷ ହେବ। ସକାଳେ ପାରମାଣିକ ଟିକେଟ୍‌ ଦର୍ଶନ ବ୍ୟବସ୍ଥା କରାଯିବ। ପହଣ୍ଡି ବେଳେ ପାରମାଣିକ ଦର୍ଶନ ହେବ। ଏହାପରେ ଜଳଲାଗି ପରେ ଶଙ୍କରାଚାର୍ଯ୍ୟ ଓ ଗଜପତିଙ୍କ ନୀତିକାନ୍ତି ସମ୍ପାଦନ କରାଯିବ। ଭୋଗ ସରିବା ପରେ ଭକ୍ତମାନେ ସ୍ନାନମଣ୍ଡପ ଉପରେ ଜଳଲାଗି ଓ ହାତୀବେଶ ଦର୍ଶନ ପାଇଁ ୩ ଘଣ୍ଟାର ସୁଯୋଗ ପାଇବେ। ହେଲେ କେହି ବିଗ୍ରହଙ୍କୁ ସ୍ପର୍ଶ କରିପାରିବେ ନାହିଁ। ସେହିଭଳି ଦର୍ଶନ ପାଇଁ ପ୍ରଶାସନ ବ୍ୟାପକ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜଳଲାଗି ଓ ହାତୀବେଶ ସମୟରେ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ଯେଉଁଭଳି କୌଣସି ସେବାୟତ ଠିଆ ହୋଇ ଦର୍ଶନରେ ବାଧା ସୃଷ୍ଟି କରିବେ ନାହିଁ ସେଥିପ୍ରତି ଦୃଷ୍ଟିଦେବାକୁ ସେବାୟତଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri