ମହାପ୍ରଭୁଙ୍କ ସ୍ନାନଯାତ୍ରା: ସ୍ନାନବେଦିକୁ ଯାଇପାରିବେ ଭକ୍ତ, ହେଲେ ଛୁଇଁବା ମନା

ପୁରୀ ଅଫିସ,୭।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲିଥିବାବେଳେ ସ୍ନାନଯାତ୍ରା ପ୍ରଥମେ ଥିବାରୁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ନାନଯାତ୍ରାଠାରୁ ଆରମ୍ଭ କରି ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତିକାନ୍ତି ଓ ବ୍ୟବସ୍ଥାବଳୀକୁ ଅନୁମୋଦନ କରାଯାଇଛି। ଚଳିତଥର ସ୍ନାନଯାତ୍ରାକୁ ଭକ୍ତଙ୍କୁ ପ୍ରବେଶ ଅନୁମତି ଥିବାରୁ ଏହାକୁ ଦୃଷ୍ଟିରେ ରଖି ଭକ୍ତମାନେ ସ୍ନାନବେଦିକୁ ଯାଇ ତିନି ଘଣ୍ଟା ଦର୍ଶନ କରିବାର ସୁଯୋଗ ପାଇବେ ବୋଲି ବୈଠକରେ ଉପସ୍ଥିତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ କହିଛନ୍ତି।

୧୫ଦିନ ଧରି ଅନବସର ନୀତି ହେବ। ଆସନ୍ତା ୧୪ରେ ସ୍ନାନଯାତ୍ରା ହେବ। ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଲୋକେ ଦର୍ଶନ କରିବେ। ୯ଟାରୁ ୯ଟା ୩୦ ପର୍ଯ୍ୟନ୍ତ ସେବାୟତ ପରିବାର ଲୋକେ ଦର୍ଶନ କରିବେ। ବେଶ ଲାଗିବେଳେ ସେବାୟତଙ୍କ ବିଶୃଙ୍ଖଳା ଆଚରଣ ଉପରେ ରୋକ୍‌ ଲଗାଯିବ। ପ୍ରତିହାରୀ ଓ ଦଇତା ନିଯୋଗଙ୍କୁ ଦାୟିତ୍ୱ ଦିଆଯାଇଛି। ଅଧିକ ଶ୍ରଦ୍ଧାଳୁଙ୍କ ଗହଣରେ ସ୍ନାନଯାତ୍ରା ହେବାକୁ ଥିବା ହେତୁ ଭୋର ୪ଟାରୁ ପହଣ୍ଡି ଆରମ୍ଭ ହୋଇ ୬ଟାରେ ଶେଷ ହେବ। ସକାଳ ୯ଟା ୩୦ରୁ ୧୧ଟା ୩୦ ମଧ୍ୟରେ ଜଳବିଜେ ଓ ୧୨ଟା ୧୫ରେ ଛେରାପହଁରା କରାଯିବ। ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ହାତୀବେଶ ଶେଷ ହେବ। ସକାଳେ ପାରମାଣିକ ଟିକେଟ୍‌ ଦର୍ଶନ ବ୍ୟବସ୍ଥା କରାଯିବ। ପହଣ୍ଡି ବେଳେ ପାରମାଣିକ ଦର୍ଶନ ହେବ। ଏହାପରେ ଜଳଲାଗି ପରେ ଶଙ୍କରାଚାର୍ଯ୍ୟ ଓ ଗଜପତିଙ୍କ ନୀତିକାନ୍ତି ସମ୍ପାଦନ କରାଯିବ। ଭୋଗ ସରିବା ପରେ ଭକ୍ତମାନେ ସ୍ନାନମଣ୍ଡପ ଉପରେ ଜଳଲାଗି ଓ ହାତୀବେଶ ଦର୍ଶନ ପାଇଁ ୩ ଘଣ୍ଟାର ସୁଯୋଗ ପାଇବେ। ହେଲେ କେହି ବିଗ୍ରହଙ୍କୁ ସ୍ପର୍ଶ କରିପାରିବେ ନାହିଁ। ସେହିଭଳି ଦର୍ଶନ ପାଇଁ ପ୍ରଶାସନ ବ୍ୟାପକ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜଳଲାଗି ଓ ହାତୀବେଶ ସମୟରେ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ଯେଉଁଭଳି କୌଣସି ସେବାୟତ ଠିଆ ହୋଇ ଦର୍ଶନରେ ବାଧା ସୃଷ୍ଟି କରିବେ ନାହିଁ ସେଥିପ୍ରତି ଦୃଷ୍ଟିଦେବାକୁ ସେବାୟତଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri