ସ୍ନାନଯାତ୍ରା ନେଇ ମୁଖ୍ୟ ପ୍ରଶାସକ, ଜିଲାପାଳଙ୍କ ସମୀକ୍ଷା

ପୁରୀ ଅଫିସ,୩୦ା୫: ଜୁନ ୪ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଫଳରେ ଶ୍ରୀମନ୍ଦିର ପ୍ରଶାସନଠାରୁ ଜିଲା ପ୍ରଶାସନ ଏବଂ ସେବାୟତମାନଙ୍କ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଏବଂ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସମର୍ଥ ବର୍ମା ସୋମବାର ମଧ୍ୟାହ୍ନରେ ଶ୍ରୀମନ୍ଦିର ଯାଇ ବିଭିନ୍ନ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ଏସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି, ରଥଯାତ୍ରା ଜୁନ ୨୦ରେ ଅନୁଷ୍ଠିତ ହେବ କିନ୍ତୁ ଜୁନ ୪ରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ରହିଛି। ବର୍ତ୍ତମାନ ମହାପ୍ରଭୁଙ୍କ ସ୍ନାନଯାତ୍ରା ଯେପରି ଶୃଙ୍ଖଳିତ ହେବ ସେନେଇ ସବୁ ବ୍ୟବସ୍ଥା କରାଯାଉଛି। ତେବେ ମଙ୍ଗଳବାର ରାଜେନ୍ଦ୍ର ଅଭିଷେକ ରହିଛି। ସେହିପରି ବୁଧବାର ଋୁକ୍ମଣୀ ବିବାହ ରହିଛି। ତେବେ ମହାପ୍ରଭୁଙ୍କ ନୀତିରେ ଯାହା ସବୁ ବ୍ୟବହାର ସେସବୁ କଢାଯାଉଛି। ଅପରପକ୍ଷେ ସ୍ନାନବେଦିରେ ଠାକୁର ଓ ସେବାୟତ ଯେଉଁଠାରେ ବସିବେ ତାହାର ସମୀକ୍ଷା କରାଯାଇଛି। ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ମଧ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ସମସ୍ତ କାର୍ଯ୍ୟ ଆଖି ଆଗରେ ରଖି ସେବାୟତମାନଙ୍କ ସହ ଆଲୋଚନା କରାଯାଇଛି। ସମସ୍ତଙ୍କ ସମନ୍ବୟରେ କାର୍ଯ୍ୟ ହେବ। ବିଭିନ୍ନ ନିଯୋଗ ସହ ଆଲୋଚନା କରାଯାଇଛି। ଶ୍ରୀମନ୍ଦିର ଚାରିପାଖରେ ଚାଲିଥିବା ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଉପରେ ପ୍ରଶାସନ ନଜର ରଖିଛି। ରେଗୁଲାର କାର୍ଯ୍ୟ ନେଇ ସମୀକ୍ଷା କରାଯାଉଛି। ବରିଷ୍ଠ ଅଧିକାରୀମାନେ କାର୍ଯ୍ୟ ଦେଖି ଯାଇଛନ୍ତି। ଡେଡ୍‌ ଲାଇନ ସମ୍ପର୍କରେ ସେମାନଙ୍କୁ ସଚେତନ କରାଯାଇଛି। ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସରିବ। ତେବେ ସ୍ନାନପୂଣ୍ଣିମାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ ତେଣୁ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ପାଣି ସିଞ୍ଚନ କରାଯିବ। ସେହିଭଳି ରୋଡରେ ମ୍ୟାଟ ପକାଯିବା ସହ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାସ କହିଛନ୍ତି। ସେହିପରି ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ମହାପ୍ରଭୁଙ୍କ ସ୍ନାନଯାତ୍ରା ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଉଛି। ଗତବର୍ଷଠାରୁ ଚଳିତବର୍ଷ ଆହୁରି ଭଲ କରିବା ପାଇଁ ଚେଷ୍ଟା କରାଯାଉଛି। ପ୍ରବଳ ଖରା ହେଉଥିବାରୁ ଅଧିକାଂଶ ଲୋକଙ୍କୁ ଶେଡ୍‌ ଭିତରେ ରଖିବାର ବ୍ୟବସ୍ଥା କରାଯାଉଛି। ପର୍ଯ୍ୟାପ୍ତ ପରିମାଣରେ ପିଇବା ପାଣିର ବ୍ୟବସ୍ଥା କରାଯାଉଛି। ଭକ୍ତଙ୍କ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯିବ। ଶୃଙ୍ଖଳିତ ଦର୍ଶନ ଉପରେ ଧ୍ୟାନ ଦିଆଯାଉଛି। ମହାପ୍ରଭୁଙ୍କ ଆଶୀର୍ବାଦରୁ ଓ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନୀତି ଶୃଙ୍ଖଳିତ ହେବା ସହ ଭଲରେ ସ୍ନାନଯାତ୍ରା ସମ୍ପନ୍ନ ହେବ ବୋଲି ଜିଲାପାଳ ବର୍ମା ଆଶା କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri