ଶାବର ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା: ୧୦୮ କଳସ ପାଣିରେ ସ୍ନାନ ପରେ ଶ୍ରୀଜିଉ ଅସୁସ୍ଥ

କୋରାପୁଟ,୨୨ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ଶନିବାର ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଶାବର ଶ୍ରୀକ୍ଷେତ୍ର ମନ୍ଦିର ପରିଚାଳନା କମିଟି ସମ୍ପାଦକ ଜଗବନ୍ଧୁ ସାମଲଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଉତ୍ସବରେ ପରିଚାଳନା କମିଟିର ସମସ୍ତ ସଦସ୍ୟ ସାମିଲ ହୋଇ ଏହି କାର୍ଯ୍ୟକୁ ସମାପନ କରିଛନ୍ତି। ଶନିବାର ସକାଳ ମହାଧୂପ, ଆଳତି ପରେ ପାରମ୍ପରିକ ପୂଜାର୍ଚ୍ଚନା ହୋଇଥିଲା। ୭ଟା ୩୦ରେ ମନ୍ଦିର ପରିସରରେ ଚମ୍ପାବଣରେ ଥିବା ସୁନାକୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଇଥିଲା। ସକାଳ ୯ଟା ୩୦ରେ ପ୍ରଥମେ ସୁଦର୍ଶନ,ପରେ ବଳଭଦ୍ର, ସୁଭଦ୍ରା ଶେଷରେ ଜଗନ୍ନାଥଙ୍କୁ ପହଣ୍ଡି କରାଯାଇ ମନ୍ଦିର ପାର୍ଶ୍ୱରେ ଥିବା ସ୍ନାନମଣ୍ଡପକୁ ଅଣାଯାଇଥିଲା। ସେଠାରେ ହୋମ ଓ ପୂଜାର୍ଚ୍ଚନା ପରେ ଠାକୁରମାନଙ୍କୁ ୧୦୮ କଳସ ଜଳରେ ସ୍ନାନ କରାଯାଇଥିଲା। ପରେ ଅପରାହ୍ନ ୨ଟା ୨୦ରେ ତୁଳା ଲଗ୍ନରେ ଗଜାନନ ବେଶ କରାଯାଇଥିଲା। ଅପରାହ୍ନ ୩ଟା ପରେ ଭକ୍ତଙ୍କ ଦର୍ଶନ ନିମନ୍ତେ ଖୋଲାଯାଇଥିଲା। ବର୍ତ୍ତମାନ ମହାପ୍ରଭୁଙ୍କ ବେଶ ଦେଖିବା ପାଇଁ କୋରାପୁଟ ଜିଲା ସମେତ ଜିଲା ବାହାରରରୁ ହଜାର ହଜାର ଭକ୍ତଙ୍କ ସମାଗମ ଶାବର ଶ୍ରୀକ୍ଷେତ୍ରରେ ହୋଇଛି। ଶାନ୍ତିଶୃଙ୍ଖଳା ନିମନ୍ତେ କୋରାପୁଟ ଟାଉନ ଥାନାଧିକାରୀ ପ୍ରମୋଦ କୁମାର ନାୟକଙ୍କ ତତ୍ତ୍ୱାବଧାନରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।
ସୂଚନା ଥାଉକି, ରାତି ୯ଟା ୪୦ରୁ ୯.୫୨ ମଧ୍ୟରେ ଠାକୁରଙ୍କୁ ଅଣସର ପିଣ୍ଡିକୁ ନିଆଯିବ ବୋଲି ମନ୍ଦିର ପରିଚାଳନା କମିଟି ପକ୍ଷରୁ ସମୟ ଧାର୍ଯ୍ୟ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri