ସ୍ନାନବେଦିରେ ମିଳିବ ଦାରୁଦିଅଁଙ୍କ ଦର୍ଶନ

ପୁରୀ ଅଫିସ,୨୬।୫: ନୀଳାଦ୍ରି ଭକ୍ତନିବାସରେ ବୁଧବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ସ୍ନାନଯାତ୍ରା ଓ ରଥଯାତ୍ରା ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ବୈଠକରେ ରାଜେନ୍ଦ୍ରାଭିଷେକ, ରୁକ୍ମିଣୀ ହରଣ ଏକାଦଶୀ, ଚମ୍ପକ ଦ୍ୱାଦଶୀ, ଦଇତାପତି ପ୍ରବେଶ, ସେନାପଟାଲାଗି, ଦେବସ୍ନାନ ପୂର୍ଣ୍ଣିମା, ଚକାବିଜେ, ଖଳିଲାଗି ଏକାଦଶୀ, ରାଜପ୍ରସାଦ ବିଜେ, ନବଯୌବନ ଦର୍ଶନ ସମେତ ଶ୍ରୀଗୁଣ୍ଡିଚା ଯାତ୍ରାର ନୀତିକାନ୍ତି ସ୍ଥିର ହୋଇଛି। ଦୁଇବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବାକୁ ଯାଉଛି। ଏଣୁ ଶୃଙ୍ଖଳିତ ନୀତିକାନ୍ତିକୁ ଗୁରୁତ୍ୱ ଦିଆଯାଇଛି। ଏଥର ଶ୍ରଦ୍ଧାଳୁମାନେ ସ୍ନାନବେଦିରେ ଦାରୁଦିଅଁଙ୍କୁ ଦର୍ଶନ କରିପାରିବେ। ସକାଳେ ପହଣ୍ଡି ବେଳେ ପାରମାଣିକ ଦର୍ଶନ ବ୍ୟବସ୍ଥା ହେବ। ତେବେ ଶ୍ରୀବିଗ୍ରହଙ୍କୁ କେହି ସ୍ପର୍ଶ କରିପାରିବେ ନାହିଁ।

ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଯାଦବ ସୂଚନା ଦେଇ କହିଛନ୍ତି, ନୀତି ସବ୍‌କମିଟି ବୈଠକରେ ଛତିଶା ନିଯୋଗ ସହ ଆଲୋଚନା କରାଯାଇ ସ୍ନାନପୂର୍ଣ୍ଣିମାଠାରୁ ବାହୁଡ଼ା ଯାତ୍ରା ଓ ସୁନାବେଶ ଭଳି ପ୍ରମୁଖ ଯାନିଯାତ୍ରା ତଥା କାର୍ଯ୍ୟକ୍ରମର ନୀତିକାନ୍ତି ଚୂଡ଼ାନ୍ତ ହେଲା। ଚଳିତବର୍ଷ ରଥଯାତ୍ରା ଓ ସୁନାବେଶରେ ପୂର୍ବାପେକ୍ଷା ଭକ୍ତଙ୍କ ଅଧିକ ସମାଗମ ହେବା ସମ୍ଭାବନା ଥିବାରୁ
ବ୍ୟବସ୍ଥିତ ଢଙ୍ଗରେ ପ୍ରସ୍ତୁତି କରାଯାଇଛି। ସେହିପରି ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର କହିଛନ୍ତି, ୧୫ ଦିନ ଧରି ଅନବସର ନୀତି ହେବ। ଆସନ୍ତା ୧୪ରେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଲୋକେ, ୯ଟାରୁ ୯ଟା ୩୦ ପର୍ଯ୍ୟନ୍ତ ସେବାୟତ ପରିବାର ବର୍ଗ ଦର୍ଶନ କରିବେ। ବେଶ ଲାଗିବେଳେ ସେବାୟତମାନଙ୍କ ବିଶୃଙ୍ଖଳା ଆଚରଣ ଉପରେ ରୋକ୍‌ ଲଗାଯିବ। ମହାପ୍ରଭୁଙ୍କୁ ଯେପରି ଲୋକେ ଭଲ ଭାବେ ଦର୍ଶନ କରିପାରିବେ ସେ ନେଇ ପ୍ରତିହାରୀ ଓ ଦଇତା ନିଯୋଗଙ୍କୁ ଦାୟିତ୍ୱ ଦିଆଗଲା। ଅଧିକ ଶ୍ରଦ୍ଧାଳୁଙ୍କ ଗହଣରେ ସ୍ନାନଯାତ୍ରା ହେବାକୁ ଥିବାରୁ ଭୋର ୪ଟାରୁ ପହଣ୍ଡି ଆରମ୍ଭ ହୋଇ ୬ଟାରେ ଶେଷ ହେବ। ପୂର୍ବାହ୍ନ ୯ଟା ୩୦ରୁ ୧୧ଟା ୩୦ ମଧ୍ୟରେ ଜଳବିଜେ ଓ ୧୨ଟା ୧୫ରେ ଛେରା ପହଁରା କରାଯିବ। ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୨ଟା ୩୦ ମଧ୍ୟରେ ହାତୀବେଶ ଶେଷ ହେବ। ସକାଳେ ପାରମାଣିକ ଟିକେଟ୍‌ ଦର୍ଶନ ବ୍ୟବସ୍ଥା କରାଯିବ। ପହଣ୍ଡି ବେଳେ ପାରମାଣିକ ଦର୍ଶନ ହେବ। ଜଳଲାଗି ପରେ ଶଙ୍କରାଚାର୍ଯ୍ୟ ଏବଂ ଗଜପତିଙ୍କ ନୀତିକାନ୍ତି ସମ୍ପାଦନ କରାଯିବ। ଭୋଗ ସରିବା ପରେ ଭକ୍ତମାନେ ସ୍ନାନମଣ୍ଡପ ଉପରେ ଜଳଲାଗି ଓ ହାତୀବେଶ ଦର୍ଶନ ପାଇଁ ୩ ଘଣ୍ଟାର ସୁଯୋଗ ପାଇବେ। ହେଲେ କେହି ବିଗ୍ରହଙ୍କୁ ସ୍ପର୍ଶ କରିପାରିବେ ନାହିଁ। ସେହିପରି ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ କହିଛନ୍ତି, ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯିବ। ବିଶେଷକରି ଜଳଲାଗି ବେଳେ ଶୃଙ୍ଖଳା ରକ୍ଷା ଓ ହାତୀବେଶ ସମୟରେ ଶୃଙ୍ଖଳିତ ବ୍ୟବହାର ପ୍ରଦର୍ଶନ ପାଇଁ ସମ୍ପୃକ୍ତ ସେବାୟତମାନଙ୍କୁ ପରାମର୍ଶ ଦିଆଯାଇଛି। ଏଥିସହ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ଯେଭଳି କୌଣସି ସେବାୟତ ଠିଆ ହୋଇ ଦର୍ଶନରେ ବାଧା ସୃଷ୍ଟି କରିବେ ନାହିଁ, ତାହା ଉପରେ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri