କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା: ଗଜାନନ ବେଶ ଦର୍ଶନ

କୋରାପୁଟ,୧୧।୬(ଅମିତାଭ ବେହେରା): କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ର ଠାରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ସ୍ନାନଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ସକାଳେ ମନ୍ଦିର ପରିସରରେ ଥିବା ସୁନା କୂଅରୁ ଗଙ୍ଗା ମାତାଙ୍କୁ ପୂଜାର୍ଚ୍ଚନା କରାଯିବା ପରେ ଶହେ ଆଠ କଳସୀରେ ଜଳ ସଂଗ୍ରହ କରାଯାଇ ସ୍ନାନ ବେଦିକୁ ଅଣାଯାଇଥିଲା ତାପରେ ହୋମଯଜ୍ଞ କରାଯାଇ ରୀତିନୀତି ଅନୁସାରେ ମହାପ୍ରଭୁଙ୍କୁ୧୦୮ କଳସ ସୁଶୋଭିତ ଜଳରେ ସ୍ନାନ କରାଯାଇଥିଲା। ପରେ ଅପରାହ୍ନ ୩ ଟାରେ ମହାପ୍ରଭୁଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥିଲା। ପରେ ଭକ୍ତମାନେ ଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶାବର ଶ୍ରୀକ୍ଷେତ୍ର ମନ୍ଦିର ପରିଚାଳନା କମିଟିର ସଭାପତି ଜିଲାପାଳ ଭି କୀର୍ତି ଭାସନ, ଭାରପ୍ରାପ୍ତ ସମ୍ପାଦକ ଭବାନୀ ଆଚାର୍ଯ୍ୟ, ପୂର୍ବତନ ସମ୍ପାଦକ ଡ଼ଃ ଜଗବନ୍ଧୁ ସାମଲଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ରହି ଏହି ଦୁଲ୍ଲଭ କାର୍ଯ୍ୟ ସମ୍ପାଦନରେ ସହଯୋଗ କରିଥିଲେ। ପୋଲିସ ପ୍ରଶାସନ ପକ୍ଷରୁ ସ୍ନାନଯାତ୍ରା ନେଇ ହଜାର ହଜାର ଭକ୍ତଙ୍କ ଭିଡ଼ ଓ ଶାନ୍ତି ଶୃଙ୍ଖଳା ଦୃଷ୍ଟିକୁ ନେଇ ମଦିରରେ ବ୍ୟାପକ ପୋଲିସ ମୃତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri