ମହିଳାଙ୍କ ବେକରୁ ମଙ୍ଗଳସୂତ୍ର ଝାମ୍ପି ନେଲେ: ସିସିଟିଭିରେ କଏଦ ହେଲା ଦୃଶ୍ୟ

ବୈପାରୀଗୁଡା,୧୭ା୨(କଳ୍ପତରୁ ମହାନ୍ତି): ବୈପାରୀଗୁଡା ୟୁଜି ବ୍ୟାଙ୍କ ସାମ୍‌ନାରେ କେତେକ ଦୁର୍ବୃତ୍ତ ଜଣେ ମହିଳାଙ୍କ ବେକରୁ ସୁନା ମଙ୍ଗଳସୂତ୍ର ଝାମ୍ପି ନେଇଥିବା ଜଣାପଡ଼ିଛି। ମାଲକାନାଗିରି ଜିଲା ଅଧୀନ ବାଲିମେଳା ସହର ବାସିନ୍ଦା ମନୋରମା ମହାନ୍ତି(୫୫) ସ୍ବାମୀଙ୍କ ସହ ଝିଅ ଘର ବୈପାରୀଗୁଡାକୁ ଆସିଥିଲେ।

ସୋମବାର ସକାଳୁ ନିଜ ଘରକୁ ଫେରିବା ପାଇଁ ବସ୍‌ଷ୍ଟାଣ୍ଡକୁ ଯାଉଥିଲେ। ମୁଖ୍ୟ ଛକରୁ ଅଳ୍ପ ଦୂରରେ ସ୍ଥାନୀୟ ଉତ୍କଳ ବ୍ୟାଙ୍କ ସମ୍ମୁଖରେ ମୂଖା ପିନ୍ଧିଥିବା ୩ଜଣ ଦୁର୍ବୃତ୍ତ ଗୋଟିଏ ବାଇକ୍‌ରେ ଆସି ମନୋରମାଙ୍କ ନିକଟରେ ଅଟକି ଥିଲେ। ସେ କିଛି ବୁଝିବା ପୂର୍ବରୁ ଜଣେ ଦୁର୍ବୁତ୍ତ ୧ ଭରିର ସୁନା ମଙ୍ଗଳସୂତ୍ର ଛଡାଇ ନେଇ ଫେରାର ହୋଇଯାଇଥିଲେ।

ଏହି ଦୃଶ୍ୟ ନିକଟରେ ଥିବା ସିସିଟିଭିରେ ରେକର୍ଡିଂ ହୋଇଥିବା ଜଣାପଡ଼ିଛି। ଏ ନେଇ ମନୋରମା ବୈପାରୀଗୁଡା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ୍‌ ପକ୍ଷରୁ ନଂ. ୪୨/୨୫ରେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ଦୀପାଞ୍ଜଳି ପ୍ରଧାନ କହିଛନ୍ତି। ସିସିଟିଭି ଫୁଟେଜ୍‌ରେ ଚିତ୍ର ଅଷ୍ପଷ୍ଟ ଥିବାରୁ ଦୁର୍ବୁତ୍ତମାନଙ୍କୁ ଚିହ୍ନଟ କରିବାରେ ସମାସ୍ୟା ହେଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri