ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା ଥାନା କଞ୍ଚୁରୁ ଗ୍ରାମର ଡି.ରଞ୍ଜିତ ପାତ୍ରଙ୍କ ଠାରୁ ମଙ୍ଗଳବାର ରାତି ପ୍ରାୟ ସାଢେ ୯ ଟାରେ ୫ ଜଣ ଦୁର୍ବୃତ୍ତ ମାଡ଼ ମାରି ତାଙ୍କ ହାତରୁ ୩୦ ଗ୍ରାମ ଓଜନର ରୂପା ବ୍ରେସଲେଟ ଏବଂ ୯,୭୦୦ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ତଦନ୍ତକାରୀ ଅଧିକାରୀ ତଥା ଦିଗପହଣ୍ଡି ଥାନା ଏସ.ଆଇ ମହାପ୍ରସାଦ ମହାନ୍ତି ଜଣେ ଅଭିଯୁକ୍ତଙ୍କୁ ଗୁରୁବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଗିରଫ କରି ସା ପ୍ରାୟ ସାଢେ ୭ ଟାରେ କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମର ପି.ବାବୁ ପାତ୍ର(୧୮)। ଥାନା ମାମଲା ନଂ.୪୧୭/୨୬ ବିଏନଏସର ଦଫା- ୩୧୦(୨) ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଏହି ଛିନ ତାଇ ରାହାଜାନି ଘଟଣାରେ ସମ୍ପୃକ୍ତ ୩ ନାବାଳକଙ୍କୁ ବ୍ରହ୍ମପୁର ସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯିବା ପରେ ଉଭୟଙ୍କୁ ବାଳସୁଧାର ଗୃହକୁ ପଠାଇ ଦିଆଯାଇଛି। ସେମାନଙ୍କ ନିକଟରୁ ରଞ୍ଜିତଙ୍କ ରୂପା ବ୍ରେସଲେଟ ଜବତ କରାଯାଇଛି। ଗତ ମଙ୍ଗଳବାର ରଞ୍ଜିତ ବାଇକ ରେ ତାଙ୍କ ଶ୍ବଶୁର ଘର ଗାଁ ଚୁଡୁଙ୍ଗପୁର ଆସିଥିଲେ। ଗାଁର ହାଇସ୍କୁଲ ପାଖରେ ପୂର୍ବ ଯୋଜନା ପ୍ରକାରେ ପି.ବାବୁ ପାତ୍ର ବାଇକ ଅଟକାଇ ପାଖରେ ଥିବା ୨ ଜଣ ଅଚିହ୍ନା ଯୁବକଙ୍କୁ ସାହସପୁର ଗାଁ ନିକଟରେ ଛାଡ଼ିଦେବାକୁ ଅନୁରୋଧ କରିଥିଲେ। ରଞ୍ଜିତ ୨ ଜଣଙ୍କୁ ବାଇକରେ ବସାଇ ସାହସପୁର ଅଭିମୁଖେ ଯାଉଥିବା ବେଳେ ତାଙ୍କୁ ପିଛା କରି ଅନ୍ୟ ଏକ ବାଇକରେ ୨ ଜଣ ଯୁବକ ତାଙ୍କୁ ରାସ୍ତାରେ ଅଟକାଇ ଥିଲେ। ୪ ଜଣ ଦୁର୍ବୃତ୍ତ ସଂଘବଦ୍ଧ ଭାବେ ରଞ୍ଜିତଙ୍କୁ ମାଡ଼ ମାରି ତାଙ୍କ ହାତରୁ ରୂପା ବ୍ରେସଲେଟ ଛଡାଇ ନେବା ସହ ତାଙ୍କ ପ୍ୟାଣ୍ଟ ପକେଟ ରୁ ୯,୭୦୦ ଟଙ୍କା ଲୁଟି ନେଇ ତାଙ୍କ ବାଇକ ଛଡାଇ ନେବାକୁ ଉଦ୍ୟମ କରିଥିଲେ। ସେ ପାଟି କରିବାରୁ ସେମାନେ ତାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇ ବାଇକ ଯୋଗେ ଚମ୍ପଟ ମାରିଥିଲେ। ରଞ୍ଜିତ ଶ୍ବଶୁର ଘରେ ପହଞ୍ଚି ସମସ୍ତ ଘଟଣା କହିବା ପରେ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ଅଭିଯୁକ୍ତ ମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ଏସ.ଆଇ ମହା ପ୍ରସାଦ ମହାନ୍ତିଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?