ବିଜେଡିକୁ ପୁଣି ଶକ୍ତ ଝଟ୍‌କା: ଦଳ ଛାଡିଲେ ସ୍ନେହଲତା

ପୁରୁଷୋତ୍ତମପୁର,୩୧।୫(ସୀମାଞ୍ଚଳ ମିଶ୍ର): ପୁଣି ବିଜେଡିକୁ ଝଟ୍‌କା। ଗଞ୍ଜାମ ଜିଲାର ବରିଷ୍ଠ ବିଜେଡି ନେତ୍ରୀ ତଥା ପୂର୍ବତନ ଜିଲାପରିଷଦ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା ଶନିବାର ଦଳ ଛାଡିଛନ୍ତି। ସେ ତାଙ୍କର ଇସ୍ତପାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ସ୍ନେହଲତା ଦଳ ଛାଡିବା ଏବେ ପୁରୁଷୋତ୍ତମପୁର ସମେତ ଗଞ୍ଜାମ ଜିଲା ବିଜେଡିକୁ ଏକ ଶକ୍ତଧକ୍କା ଲାଗିଛି।

ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଦୀର୍ଘ ୩୦ ବର୍ଷଧରି ଜନତାଦଳ ଓ ବିଜୁଜନତା ଦଳରେ ରହିବା ସାଙ୍ଗକୁ ୩ ଥର ଜିଲାପରିଷଦ ସଭ୍ୟା, ଥରେ ସମିତିସଭ୍ୟା, ରାଜ୍ୟମହିଳା ସାଧାରଣ ସମ୍ପାଦିକା, ଜିଲାମହିଳା ଉପସଭାନେତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଆର୍ଶିବାଦରେ ଲୋକଙ୍କ ସେବା କରିବାର ସୁଯୋଗ ପାଇଥିଲେ। ନବୀନଙ୍କ ସ୍ବଚ୍ଛଭାବମୂର୍ତ୍ତିକୁ ନେଇ ଆନ୍ତରିକତାର ସହ ସମ୍ମାନ ଜଣାଉଛି।

ଏପରିକି ଏହିସମ୍ମାନ ଆଗାମି ଦିନରେ ମଧ୍ୟ ବଜାୟ ରହିବ। ମାତ୍ର ଦୀଘ ୫ ବର୍ଷହେଲା ୨୦୧୯ରୁ ଦଳ ପକ୍ଷରୁ ତାଙ୍କୁ ଗୁରୁତ୍ୱ ଦିଆଯାଉ ନ ଥିବା ସହ ଦଳୀୟ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦିଆଯାଉନାହିଁ। ଏଣୁ ସେ ଦଳରୁ ଇସ୍ତଫା ଦେଇଥିବା କହିଥିବା ବେଳେ ପରବର୍ତ୍ତୀ ସମୟରେ କେଉଁଦଳକୁ ଯିବେ କି କ’ଣ କରିବେ ସେ ନେଇ ଆଗାମୀ ଦିନରେ ପଦକ୍ଷେପ ନେବେ ବୋଲି କହିଛନ୍ତି ।

ସୂଚନାଯୋଗ୍ୟ, ପୁରୁଷୋତ୍ତମପୁର ଅଞ୍ଚଳଟି ବିଜେଡିର ଗଡ଼ ଭାବେ ପରିଚିତ ଥିବାବେଳେ ଦଳୀୟ ଅଣଦେଖା କାରଣରୁ ଜଣକପରେ ଜଣେ ବରିଷ୍ଠନେତା ଦଳ ଛାଡୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri