ବିଜେଡିକୁ ପୁଣି ଶକ୍ତ ଝଟ୍‌କା: ଦଳ ଛାଡିଲେ ସ୍ନେହଲତା

ପୁରୁଷୋତ୍ତମପୁର,୩୧।୫(ସୀମାଞ୍ଚଳ ମିଶ୍ର): ପୁଣି ବିଜେଡିକୁ ଝଟ୍‌କା। ଗଞ୍ଜାମ ଜିଲାର ବରିଷ୍ଠ ବିଜେଡି ନେତ୍ରୀ ତଥା ପୂର୍ବତନ ଜିଲାପରିଷଦ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା ଶନିବାର ଦଳ ଛାଡିଛନ୍ତି। ସେ ତାଙ୍କର ଇସ୍ତପାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ସ୍ନେହଲତା ଦଳ ଛାଡିବା ଏବେ ପୁରୁଷୋତ୍ତମପୁର ସମେତ ଗଞ୍ଜାମ ଜିଲା ବିଜେଡିକୁ ଏକ ଶକ୍ତଧକ୍କା ଲାଗିଛି।

ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଦୀର୍ଘ ୩୦ ବର୍ଷଧରି ଜନତାଦଳ ଓ ବିଜୁଜନତା ଦଳରେ ରହିବା ସାଙ୍ଗକୁ ୩ ଥର ଜିଲାପରିଷଦ ସଭ୍ୟା, ଥରେ ସମିତିସଭ୍ୟା, ରାଜ୍ୟମହିଳା ସାଧାରଣ ସମ୍ପାଦିକା, ଜିଲାମହିଳା ଉପସଭାନେତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଆର୍ଶିବାଦରେ ଲୋକଙ୍କ ସେବା କରିବାର ସୁଯୋଗ ପାଇଥିଲେ। ନବୀନଙ୍କ ସ୍ବଚ୍ଛଭାବମୂର୍ତ୍ତିକୁ ନେଇ ଆନ୍ତରିକତାର ସହ ସମ୍ମାନ ଜଣାଉଛି।

ଏପରିକି ଏହିସମ୍ମାନ ଆଗାମି ଦିନରେ ମଧ୍ୟ ବଜାୟ ରହିବ। ମାତ୍ର ଦୀଘ ୫ ବର୍ଷହେଲା ୨୦୧୯ରୁ ଦଳ ପକ୍ଷରୁ ତାଙ୍କୁ ଗୁରୁତ୍ୱ ଦିଆଯାଉ ନ ଥିବା ସହ ଦଳୀୟ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦିଆଯାଉନାହିଁ। ଏଣୁ ସେ ଦଳରୁ ଇସ୍ତଫା ଦେଇଥିବା କହିଥିବା ବେଳେ ପରବର୍ତ୍ତୀ ସମୟରେ କେଉଁଦଳକୁ ଯିବେ କି କ’ଣ କରିବେ ସେ ନେଇ ଆଗାମୀ ଦିନରେ ପଦକ୍ଷେପ ନେବେ ବୋଲି କହିଛନ୍ତି ।

ସୂଚନାଯୋଗ୍ୟ, ପୁରୁଷୋତ୍ତମପୁର ଅଞ୍ଚଳଟି ବିଜେଡିର ଗଡ଼ ଭାବେ ପରିଚିତ ଥିବାବେଳେ ଦଳୀୟ ଅଣଦେଖା କାରଣରୁ ଜଣକପରେ ଜଣେ ବରିଷ୍ଠନେତା ଦଳ ଛାଡୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?