Posted inରାଜ୍ୟ

ସ୍ନିଗ୍ଧା ମାଲବ୍ୟ ପିନ୍ଧିଲେ କିଟ୍‌ ନହ୍ନିପରୀ ମୁକୁଟ

ଭୁବନେଶ୍ୱର,୨୮।୧୨(ଶର୍ମିଷ୍ଠା ପାଣିଗ୍ରାହୀ)ଉତ୍ତରପ୍ରଦେଶର ସ୍ନିଗ୍ଧା ମାଲବ୍ୟ କିଟ୍‌ ନହ୍ନିପରୀ ଲିଟିଲ୍‌ ମିସ୍‌ ଇଣ୍ଡିଆ-୨୦୨୩ ଟାଇଟଲ ହାସଲ କରିଛନ୍ତି। କିଟ୍‌ ଫିଲ୍ମ ଆଣ୍ଡ୍‌ ଫେଶନ ପକ୍ଷରୁ ଆୟୋଜିତ ‘କିଟ୍‌ ନହ୍ନିପରୀ ଲିଟିଲ୍‌ ମିସ୍‌ ଇଣ୍ଡିଆ-୨୦୨୩’ର ଫାଇନାଲ ତଥା ମେଗା ରାଉଣ୍ଡ ବୁଧବାର ଶେଷ ହୋଇଛି। ଫାଇନାଲ ରାଉଣ୍ଡରେ ଦେଶର ୯ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ସ୍ନିଗ୍ଧା ନହ୍ନିପରୀ ମୁକୁଟ ସହ ୩ଲକ୍ଷ ଟଙ୍କାର ନଗଦ ଅର୍ଥରାଶି ପୁରସ୍କାର ଲାଭ କରିଛନ୍ତି। ସେମିଫାଇନାଲକୁ ୨୭ଜଣ ଉତ୍ତୀର୍ଣ୍ଣ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୦ଜଣ ଫାଇନାଲ ରାଉଣ୍ଡରେ ପ୍ରବେଶ କରିଥିଲେ। ଓଡ଼ିଶାର ଚିରଶ୍ରୀ ସାଗରିକା ପ୍ରଥମ ରନର୍ସ ଅପ୍‌ ଏବଂ ଆସାମର ପରିଣିତା ଦାସ ଦ୍ୱିତୀୟ ରନର୍ସ ଅପ୍‌ ହୋଇଛନ୍ତି। ଏହି ଦୁଇ ରନର୍ସ ଅପ୍‌ଙ୍କୁ ଯଥାକ୍ରମେ ୧ ଲକ୍ଷ ଓ ୫୦ ହଜାର ଟଙ୍କା ଲେଖାଏ ନଗଦ ଅର୍ଥରାଶି ପୁରସ୍କାର ସ୍ବରୂପ ପ୍ରଦାନ କରାଯାଇଥିଲା। ପ୍ରତିଯୋଗିତାର ୧୦ଟି ବିଭିନ୍ନ ବିଭାଗ ଯଥା-ମିସ୍‌ ରାପୁଞ୍ଜେଲ (ସୁନ୍ଦର କେଶ) ପାଇଁ ଶ୍ରୀ ଚତୁର୍ବେଦୀ, ଲିଟିଲ ମିସ୍‌ ଫଟୋଜେନିକ ଲାଗି ଶ୍ରୀ ଶତପଥୀ, ଲିଟିଲ ମିସ ସେଲ୍ଫି ସକାଶେ ପଲକ ରାୟ, ଲିଟିଲ ମିସ୍‌ ମୋନାଲିସା ପାଇଁ ପ୍ରକୃତି ଭୁଜେଲ, ଲିଟିଲ ମିସ୍‌ ଉଇଜକିଡ୍‌ ନିମନ୍ତେ ଅଲିସା ସାହୁ ପୁରସ୍କୃତ ହୋଇଥିଲେ। ସେହିପରି ମିସ ସିଣ୍ଡ୍ରେଲା ପାଇଁ ବେଦିକା ସୋଲାଙ୍କି, ମିସ୍‌ ଉର୍ବଶୀ ନିମନ୍ତେ ପରିଣିତା ଦାସ, ମିସ୍‌ ପର୍ସନାଲିଟି ସକାଶେ ସ୍ମିଗ୍ଧା ମାଲବ୍ୟ, ମିସ୍‌ ଫେଶନ ପାଇଁ ଦିବ୍ୟାଂଶୀ ସାଲ୍‌ଭି ଏବଂ ମିସ୍‌ ଆକ୍ଟିଭ ଲାଗି ଚିରଶ୍ରୀ ସାଗରିକା ପୁରସ୍କୃତ ହୋଇଥିଲେ।
ଏଥର ମୋଟ ୪୧ଲକ୍ଷ ଟଙ୍କାର ପୁରସ୍କାର ରଖାଯାଇଥିଲା। ଚଳିତବର୍ଷ ନହ୍ନିପରୀର ସ୍ବତନ୍ତ୍ର ଆକର୍ଷଣ ଥିଲେ ବଲିଉଡ୍‌ ଅଭିନେତ୍ରୀ ପୁନମ ଧିଲନ ଓ ଦୀପ୍‌ଶିଖା। ନବଭାରତ ଟାଇମ୍ସର ଫିଚର ଓ ଏଣ୍ଟରଟେନ୍‌ମେଣ୍ଟ ସମ୍ପାଦିକା ରେଖା ଖାନ ଅନ୍ୟତମ ଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ କିଟ୍‌ ନହ୍ନିପରୀର ମୁଖ୍ୟ ପୃଷ୍ଠପୋଷକ ଅଚ୍ୟୁତ ସାମନ୍ତ, ପ୍ରତିଷ୍ଠାତା ମଳୟ ମହାପାତ୍ର, ନହ୍ନିପରୀ କୋର୍‌ କମିଟି ସଦସ୍ୟା ଡ. ଶ୍ରଦ୍ଧାଞ୍ଜଳି ନାୟକ ଓ ସୋମା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri