Posted inଜାତୀୟ

ତୁଷାରପାତ: ଅଟଳ ଟନେଲରେ ଅଟକିଲେ ୨ ହଜାର ପର୍ଯ୍ୟଟକ

ମାନାଲି, ୩୧ା୧୨: ପ୍ରବଳ ତୁଷାରପାତ ଯୋଗୁ ହିମାଚଳପ୍ରଦେଶର ରେହତଙ୍ଗ ପାସ୍‌ରେ ଥିବା ଅଟଳ ଟନେଲରେ ପ୍ରାୟ ୫୦୦ ଗାଡ଼ିରେ ୨,୦୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ଦୀର୍ଘ ସମୟ ଅଟକି ରହିଥିଲେ। ଦୀର୍ଘ ୮ ଘଣ୍ଟାର ଉଦ୍ୟମ ପରେ ଗୁରୁବାର ବିଳମ୍ବିତ ରାତିରେ ସେମାନଙ୍କୁ ଉଦ୍ଧାର କରାଯାଇଛି। ଗୁରୁବାର ଅପରାହ୍ନରୁ ତୁଷାରପାତ ଜାରି ରହିବାରୁ ରାସ୍ତା ଖସଡ଼ା ହୋଇଯାଇଥିଲା। ଫଳରେ ଟନେଲର ଉଭୟ ଉତ୍ତର ଓ ଦକ୍ଷିଣ ପୋର୍ଟାଲରେ ଶହ ଶହ ଗାଡ଼ି ଅଟକି ରହିଥିଲା। ଏଥିପାଇଁ ଅନେକ ଦୂର ଯାଏ ଟ୍ରାଫିକ୍‌ ଜାମ୍‌ ସୃଷ୍ଟି ଲାଗିରହିଥିଲା। ଗାଡ଼ିଗୁଡ଼ିକୁ ନିରାପଦର ସହିତ ହଟାଇବାରେ କୁଲ୍ଲୁ ଏବଂ ଲାହୁଲ୍‌-ସ୍ପିଟି ପୋଲିସ ପର୍ଯ୍ୟଟକ ଓ ଡ୍ରାଇଭରମାନଙ୍କୁ ସହାୟତା କରିଥିଲେ। ଅପରାହ୍ନ ୫ଟାରୁ ରାତି ୧ଟା ପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ତୁଷାରପାତ ଦେଖିବା ପାଇଁ ହିମାଚଳପ୍ରଦେଶର ଉକ୍ତ ଅଞ୍ଚଳକୁ ହଜାର ହଜାର ପର୍ଯ୍ୟଟକ ଆସିଥାନ୍ତି। ଗୁରୁବାର ତୁଷାରପାତ ଆରମ୍ଭ ହେବା ସହ ଗାଡ଼ିଗୁଡ଼ିକ ଖସିବାରୁ ଚଳାଇବା କଷ୍ଟକର ହୋଇପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri