Posted inଜାତୀୟ

ତୁଷାରପାତ: ଅଟଳ ଟନେଲରେ ଅଟକିଲେ ୨ ହଜାର ପର୍ଯ୍ୟଟକ

ମାନାଲି, ୩୧ା୧୨: ପ୍ରବଳ ତୁଷାରପାତ ଯୋଗୁ ହିମାଚଳପ୍ରଦେଶର ରେହତଙ୍ଗ ପାସ୍‌ରେ ଥିବା ଅଟଳ ଟନେଲରେ ପ୍ରାୟ ୫୦୦ ଗାଡ଼ିରେ ୨,୦୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ଦୀର୍ଘ ସମୟ ଅଟକି ରହିଥିଲେ। ଦୀର୍ଘ ୮ ଘଣ୍ଟାର ଉଦ୍ୟମ ପରେ ଗୁରୁବାର ବିଳମ୍ବିତ ରାତିରେ ସେମାନଙ୍କୁ ଉଦ୍ଧାର କରାଯାଇଛି। ଗୁରୁବାର ଅପରାହ୍ନରୁ ତୁଷାରପାତ ଜାରି ରହିବାରୁ ରାସ୍ତା ଖସଡ଼ା ହୋଇଯାଇଥିଲା। ଫଳରେ ଟନେଲର ଉଭୟ ଉତ୍ତର ଓ ଦକ୍ଷିଣ ପୋର୍ଟାଲରେ ଶହ ଶହ ଗାଡ଼ି ଅଟକି ରହିଥିଲା। ଏଥିପାଇଁ ଅନେକ ଦୂର ଯାଏ ଟ୍ରାଫିକ୍‌ ଜାମ୍‌ ସୃଷ୍ଟି ଲାଗିରହିଥିଲା। ଗାଡ଼ିଗୁଡ଼ିକୁ ନିରାପଦର ସହିତ ହଟାଇବାରେ କୁଲ୍ଲୁ ଏବଂ ଲାହୁଲ୍‌-ସ୍ପିଟି ପୋଲିସ ପର୍ଯ୍ୟଟକ ଓ ଡ୍ରାଇଭରମାନଙ୍କୁ ସହାୟତା କରିଥିଲେ। ଅପରାହ୍ନ ୫ଟାରୁ ରାତି ୧ଟା ପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ତୁଷାରପାତ ଦେଖିବା ପାଇଁ ହିମାଚଳପ୍ରଦେଶର ଉକ୍ତ ଅଞ୍ଚଳକୁ ହଜାର ହଜାର ପର୍ଯ୍ୟଟକ ଆସିଥାନ୍ତି। ଗୁରୁବାର ତୁଷାରପାତ ଆରମ୍ଭ ହେବା ସହ ଗାଡ଼ିଗୁଡ଼ିକ ଖସିବାରୁ ଚଳାଇବା କଷ୍ଟକର ହୋଇପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri