ଦ୍ୱିତୀୟ ଦିନରେ ବରଫର ଧଳା ଚାଦର ତଳେ କୋଇଡ଼ା: ପଡିଲା ତୁଷାରପାତ

ବଣାଇଁ, ୮।୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡରେ ଚଳିତ ବର୍ଷ ଗତକାଲି ଠାରୁ ପ୍ରଥମଥର ପାଇଁ ସମଗ୍ର ଅଞ୍ଚଳ ୫ ଡିଗ୍ରୀ ତଳେ ରହିଛି । ସାରା ବଣାଇଁ ବର୍ତ୍ତମାନ ଜାଡରେ ଥରୁଥିବା ବେଳେ କୋଇଡାରେ ଆଜି ମଧ୍ୟ ଦିତୀୟ ଦିନ ତୁଷାରପାତ ଦେଖିବାକୁ ମିଳିଛି । ଅନ୍ୟପଟେ ସାରା ରାଜ୍ୟରେ ଏହା ପ୍ରଥମ ତୁଷାରପାତ । ଗତ ୬ ତାରିଖ ରାତିରେ ବଣାଇଁ ଓ ଗୁରୁଣ୍ଡିଆ ତାପମାତ୍ରା ୫ ଡିଗ୍ରୀ ତଳେ ରହିବା ଓ କୋଇଡା ଅଞ୍ଚଳରେ ତାପମାତ୍ରା ୪ ଡିଗ୍ରୀ ଥିବା ରେକର୍ଡ କରାଯାଇଥିଲା । ହେଲେ ଆଜି ଲାଗାତର ଭାବେ ପାରଦ ଖସିବା ପ୍ରକ୍ରିୟା ଜାରି ରହିଛି। ପରିଣାମ ସ୍ବରୂପ ଆଜି ମଧ୍ୟ କୋଇଡ଼ାର ବିଭିନ୍ନ ସ୍ଥାନରେ ପ୍ରବଳ ତୁଷାରପାତ ଦେଖିବାକୁ ମିଳିଛି । ଖୋଲା ପଡ଼ିଆ ,ଗାଡିର ଉପର ଭାଗରେ ବରଫର ଚାଦର ଢାଙ୍କି ହୋଇଥିବା ଦେଖା ଯାଇଛି । ବଣାଇଁ ସମେତ ଗୁରୁଣ୍ଡିଆ, ଲହୁଣିପ ଓ କୋଇଡ଼ାରେ ଜାଡ ପ୍ରକୋପରେ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଆଜିର ସ୍ଥାନୀୟ ରେକର୍ଡ ଦେଖିଲେ ବଣାଇଁ ୫ ଡିଗ୍ରୀ, ଲହୁଣିପ ୫ ଡିଗୀ ତଳେ ରହିଛି ଓ କୋଇଡ଼ାରେ ପାରଦ ଚାରି ଡିଗ୍ରୀ ତଳେ ଥିବା ଆକଳନ କରାଯାଇଛି। ଅପରପକ୍ଷେ ସାରା ରାଜ୍ୟରେ ଶୀତର ପ୍ରକୋପ ଆଗକୁ ବୃଦ୍ଧି ପାଇବା ନେଇ ଥିବା ସୂଚନା ଥିବାରୁ ପ୍ରଶାସନ ସତର୍କ ଦୃଷ୍ଟି ରଖିଛି । ସବୁଠାରୁ ଉଲ୍ଲେଖଯୋଗ୍ୟ ବିଷୟ ଦୀର୍ଘଦିନ ଧରି ଥିବା କୁହୁଡ଼ି ପ୍ରକୋପ ସମ୍ପୂର୍ଣ୍ଣ ଲୋପ ପାଇ ଏବେ ପ୍ରବଳ ଥଣ୍ଡା ସାଧାରଣ ଜନତାଙ୍କୁ କଲବଲ କରୁଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri