ଦାରିଙ୍ଗବାଡ଼ିରେ ତୁଷାରପାତ, ୪ ଡିଗ୍ରୀକୁ ଖସିଲା ତାପମାତ୍ରା

ଦାରିଙ୍ଗବାଡ଼ି,୨୦ା୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଅସହ୍ୟ ଶୀତ ଅନୁଭୂତ ହେବା ସହ ତୁଷାରପାତ ହୋଇଛି। ଏହା ଦେଖିବାକୁ ସ୍ଥାନୀୟ ଲୋକଙ୍କ ସମେତ ରାତ୍ରିଯାପନ କରିଥିବା ପର୍ଯ୍ୟଟକ ଭିଡ଼ ଜମାଇବା ସହ ଏହାର ମଜା ନେଇଛନ୍ତି। ଚଳିତ ବର୍ଷ ତୁଷାରପାତ ପ୍ରଥମ ଥର ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ରହିଛି। ପ୍ରତ୍ୟେକ ବର୍ଷ ଏହି ସମୟରେ ତୁଷାରପାତ ହେଉଥିବା ନଜିର ରହିଛି। ଦାରିଙ୍ଗବାଡ଼ିର ବିଦ୍ୟୁତ ବିଭାଗ ନିକଟ ସହ କଫି ବଗିଚା, କିଲାବାଡ଼ି, ସିମନବାଡ଼ି, ଶ୍ରାନିକେତା, କିରିକୁଟି, ସିଆଙ୍ଗବାଲି ଅଞ୍ଚଳ ସମେତ ଦୁର୍ଗମ ଗ୍ରାମଗୁଡ଼ିକରେ ମଧ୍ୟ ତୁଷାରପାତ ହୋଇଥିବା ଜଣାପଡ଼ିଛି। ଅସହ୍ୟ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି। ପ୍ରବଳ ଶୀତକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ସମସ୍ତ ୨୫ଟି ପଞ୍ଚାୟତରେ ରାତ୍ରି ଆଶ୍ରୟସ୍ଥଳୀ କରାଯାଇଛି। ସେଠାରେ ଅସହାୟ ଏବଂ ବାହାରୁ ଆସୁଥିବା ଲୋକ ରାତ୍ରିଯାପନର ସମସ୍ତ ବ୍ୟବସ୍ଥା କରାଯାଇଥିବା ବିଡିଓ ଗଦାଧର ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri