ଆମେରିକାରେ ତୁଷାରଝଡ଼: ୩,୦୦୦ ବିମାନ ବାତିଲ

ଆଟଲାଣ୍ଟା,୧୨।୧: ଯୁକ୍ତରାଷ୍ଟ୍ର ଆମେରିକାର ଦକ୍ଷିଣ ଭାଗରେ ପ୍ରବଳ ବେଗରେ ପବନ ସାଙ୍ଗକୁ ଭୟାବହ ତୁଷାର ଝଡ଼ ଯୋଗୁ ଶୁକ୍ରବାର ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଫଳରେ ୩,୦୦୦ରୁ ଊର୍ଦ୍ଧ୍ୱ ବିମାନ ଉଡ଼ାଣ ବାତିଲ ହେବା ସହ ଅନେକ ହଜାର ବିମାନ ବିଳମ୍ବିତ ହୋଇଛି। ବିଶେଷକରି ଡେଲ୍ଟା ଏୟାରଲାଇନ୍ସ ସର୍ବାଧିକ ପ୍ରଭାବିତ ହୋଇଛି। ଆଟଲାଣ୍ଟା ଇଣ୍ଟରନ୍ୟାଶନାଲ ଏୟାରପୋର୍ଟର ୫ଟି ରନ୍‌ଓ୍ବେକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଟେକ୍ସାସ୍‌ ଏବଂ ଓଖ୍‌ଲାହୋମା ସମେତ ଆମେରିକାର ଦକ୍ଷିଣ ରାଜ୍ୟଗୁଡ଼ିକରେ ରାସ୍ତାଘାଟ ବରଫାବୃତ୍ତ ହୋଇଯାଇଛି। ଟେକ୍ସାସ୍‌ରୁ ଜର୍ଜିଆ ଏବଂ ସାଉଥ୍‌ କାରୋଲିନା ପର୍ଯ୍ୟନ୍ତ ସ୍କୁଲ୍‌ ବନ୍ଦ ରହିଛି। ଅଟକି ରହିଥିବା ବାଇକ୍‌ ଚାଳକମାନଙ୍କୁ ଉଦ୍ଧାର କରିବା ଲାଗି ଆର୍କାନ୍‌ସାସ୍‌ ଏବଂ ନର୍ଥ କାରୋଲିନା ପକ୍ଷରୁ ନ୍ୟାଶନାଲ ଗାର୍ଡଙ୍କୁ ଡକାଯାଇଛି। ବିଭିନ୍ନ ରାଜ୍ୟରେ ଜରୁରୀ ପରିସ୍ଥିତି ଘୋଷଣା କରାଯାଇଛି। ଆର୍କାନ୍‌ସାସ୍‌ରେ ପ୍ରାୟ ୩୧ ସେ.ମି ବହଳରେ ବରଫ ପଡ଼ିଥିବାବେଳେ ଲିଟିଲ ରକ୍‌ରେ ୨୫ ସେଣ୍ଟିମିଟର ତୁଷାରପାତ ହୋଇଛି। ତୁଷାର ଝଡ଼ ଯୋଗୁ କେତେକ ଅଞ୍ଚଳରେ ତାପମାତ୍ରା ବିଯୁକ୍ତ ୧୮ ଡିଗ୍ରୀ ସେଲ୍‌ସିୟସ୍‌କୁ ଖସିଯାଇଛି। ଏଥିସହିତ ବିଜୁଳି ନ ଥିବାରୁ ଅନେକ ହଜାର ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri