ଏଯାଏ ପିଲାଙ୍କୁ ମିଳିଲାନି ୟୁନିଫର୍ମ, ଜୋତା: ଆନ୍ଦୋଳନ ଚେତାବନୀ ଦେଲା ଅଭିଭାବକ ସଂଘ

ଭୁବନେଶ୍ୱର,୧୯ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ଶିକ୍ଷାବର୍ଷ ଅଧା ହେଲାଣି। ହେଲେ ଏଯାଏ ପିଲାଙ୍କୁ ମିଳିଲା ନାହିଁ ସ୍କୁଲ ୟୁନିଫର୍ମ ଓ ଜୋତା। ଏହାକୁ ନେଇ ସାରା ରାଜ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏପଟେ ଓଡ଼ିଶା ଅଭିଭାବକ ମହାସଂଘ ଶୁକ୍ରବାର ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି କହିଛି, ଜୁନ ୧୭ରୁ ଆସି ଅକ୍ଟୋବର ମାସ ସରିବାକୁ ବସିଲାଣି। ଶିକ୍ଷାବର୍ଷର ଅଧା ସମୟ ସାରି ପିଲାମାନେ ଏବର୍ଷର ମାଧ୍ୟମିକ ପରୀକ୍ଷା ଦେଇ ସାରିଲେଣି। ଚିରା ଫଟା ପୋଷାକ ପିନ୍ଧି ସରକାରୀ ସ୍କୁଲରେ ପିଲାମାନେ ପାଠପଢ଼ିବାକୁ ଯାଉଛନ୍ତି। ତେଣୁ ସରକାର ତୁରନ୍ତ ପିଲାଙ୍କୁ ଜୋତା ଓ ୟୁନିଫର୍ମ ଦିଅନ୍ତୁ ବୋଲି ସଂଘ ଦାବି କରିଛି। ସଂଘର କାର୍ଯ୍ୟକାରୀ ସଭାପତି ପ୍ରସନ୍ନ ବିଷୋୟୀ କହିଛନ୍ତି, ବିଭାଗ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ପୋଷାକ ଯୋଗାଣ ପାଇଁ ଚିଠି ଲେଖି ବସି ପଡ଼ିଛି। ଏପର୍ଯ୍ୟନ୍ତ କୌଣସି ତତ୍ପରତା ପ୍ରକାଶ ପାଇନି। ଶିକ୍ଷକଙ୍କୁ କାର୍ଯ୍ୟବ୍ୟସ୍ତ ଓ ଦାୟିତ୍ୱରୁ ମୁକ୍ତକରି ସ୍ବୟଂ ସହାୟକ ଗୋଷ୍ଠୀକୁ ଏ ସଂକ୍ରାନ୍ତରେ ସାମିଲ ପାଇଁ ନିଷ୍ପତ୍ତି ହେଲା। ମାତ୍ର ପୋଷାକ ମିଳିବାକୁ ୫ମାସ ଲାଗିଲାଣି। ପ୍ରାୟତଃ ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ଅଭିଭାବକ ଆର୍ଥିକ ଦୃଷ୍ଟିରୁ ଅସୁବିଧାରେ ଥାଆନ୍ତି। ତେଣୁ ପିଲାଙ୍କୁ ପାଠ ପ୍ରତି ଆକର୍ଷିତ କରିବା ଓ ବେସରକାରୀ ସ୍କୁଲ ପିଲାଙ୍କ ଭଳି ସେମାନଙ୍କୁ ସୁବିଧା ପ୍ରଦାନ ପାଇଁ ଯୋଜନା ହୋଇଥିଲା। ସରକାରୀ ତହବିଲ୍‌ରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେବ, କିନ୍ତୁ ପିଲାଙ୍କୁ ଠିକ୍‌ ସମୟରେ ଡ୍ରେସ୍‌ ଦିଆଯିବନି କାହିଁକି? ବର୍ଷ ଶେଷକୁ ଦେଲେ କ’ଣ ଲାଭ ହେବ? ଯଦି ୧୫ ଦିନ ଭିତରେ ପିଲାଙ୍କୁ ଡ୍ରେସ ଓ ଜୋତା ଦିଆ ନ ଯାଏ, ତେବେ ମହାସଂଘ ବାଧ୍ୟ ହୋଇ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବ ବୋଲି ବିଷୋୟୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri