‘ଏ ପର୍ଯ୍ୟନ୍ତ ପିପିଲି ପୀଡ଼ିତାଙ୍କୁ ନ୍ୟାୟ ମିଳିନି’

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ପିପିଲିର ବେବିନା ଗଣବଳାତ୍କାର ଘଟଣାକୁ ସୋମବାର ୧୦ବର୍ଷ ପୂରିଛି। ହେଲେ ଏପର୍ଯ୍ୟନ୍ତ ଅପରାଧୀମାନେ ଦଣ୍ଡ ପାଇନାହାନ୍ତି କି ତଦନ୍ତ କମିଶନ ରିପୋର୍ଟ ବିଧାନସଭାରେ ଉପସ୍ଥାପନ ହୋଇନାହିଁ ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ସୋମବାର ରାଜ୍ୟ କଂଗ୍ରେସ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ମୁଖପାତ୍ର ନିଶିକାନ୍ତ ମିଶ୍ର ଏହି ଘଟଣାର ତଦନ୍ତ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଛନ୍ତି। ତଦନ୍ତରେ ଅବହେଳା, ପ୍ରଶାସନିକ ଅବ୍ୟବସ୍ଥା ଏବଂ ସରକାରୀ ଦଳର ସମ୍ପୃକ୍ତି ଯୋଗୁ ଅପରାଧୀ ଦଣ୍ଡ ପାଇ ନ ଥିବା ସେ ଅଭିଯୋଗ କରିଛନ୍ତି। ନିଶିକାନ୍ତ କହିଛନ୍ତି, ଘଟଣାର ତଦନ୍ତ କରୁଥିବା ଜଷ୍ଟିସ ପି.କେ. ମହାନ୍ତି କମିଶନ ୨୦୧୬ ମାର୍ଚ୍ଚ ୩୦ରେ ଚୂଡ଼ାନ୍ତ ରିପୋର୍ଟ ଗୃହ ବିଭାଗ ନିକଟରେ ଦାଖଲ କରିଥିଲେ। ରିପୋର୍ଟ ଦାଖଲର ୬ବର୍ଷ ବିତିଯାଇଥିଲେ ବି ମୁଖା ଖୋଲିଯିବା ଭୟରେ ତଦନ୍ତ ରିପୋର୍ଟକୁ ରାଜ୍ୟ ସରକାର ବିଧାନସଭାରେ ଆଗତ କରୁନାହାନ୍ତି। ପୋଲିସ ଅଧିକାରୀଙ୍କ ନିଷ୍କ୍ରିୟତା ଏବଂ ରାଜନେତାଙ୍କ ହସ୍ତକ୍ଷେପ ଫଳରେ ପୋଲିସ ମାମଲା ରୁଜୁ କରି ନ ଥିଲା କି ଡାକ୍ତର ଠିକ ଭାବେ ଚିକିତ୍ସା କରି ନ ଥିଲେ। ରାଜ୍ୟ ମାନବ ଅଧିକାର କମିଶନଙ୍କ ହସ୍ତକ୍ଷେପ ଓ ବ୍ୟାପକ ଜନ ଅସନ୍ତୋଷକୁ ସାମ୍ନା ନ କରିପାରି ଶେଷରେ ସରକାର ବାଧ୍ୟହୋଇ ଦୋଷୀ ଅଧିକାରୀଙ୍କୁ ନିଲମ୍ବନ କରିଥିଲେ। ସେତେବେଳର କୃଷିମନ୍ତ୍ରୀଙ୍କୁ ମନ୍ତିମଣ୍ଡଳରୁ ଇସ୍ତଫା ଦେବାକୁ ମଧ୍ୟ ପଡ଼ିଥିଲା। କିନ୍ତୁ ଯେଉଁ ଉଦ୍ଦେଶ୍ୟ ନେଇ ତଦନ୍ତ କମିଶନ ଗଠନ ହୋଇଥିଲା ତାହା ସାଧିତ ହୋଇପାରିନାହିଁ। ଏଣୁ ଚଳିତ ବିଧାନସଭା ଶୀତ ଅଧିବେଶନରେ ତଦନ୍ତ କମିଶନ ରିପୋର୍ଟ ଉପସ୍ଥାପନ ପାଇଁ କଂଗ୍ରେସ ଦାବି କରିଛି। ସମ୍ମିଳନୀରେ ମୁଖପାତ୍ର ମନୋରଞ୍ଜନ ଦାଶ, ପ୍ରଶାନ୍ତ ଶତପଥୀ, ଜ୍ଞାନଦେବ ବେଉରା ଉପସ୍ଥିତ ଥିଲେ। ପ୍ରକାଶ ଥାଉ କି, ୨୦୧୧ ନଭେମ୍ବର ୨୯ରେ ପୁରୀ ଜିଲା ପିପିଲି ଥାନା ଅଞ୍ଚଳରେ ଏହି ଗଣବଳାତ୍କାର ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri