କାଜୁ ଜଙ୍ଗଲ ନଷ୍ଟ ନେଇ ଥାନାରେ ଏତଲା

ଜଟଣୀ,୬।୮(ଡି.ଏନ୍‌.ଏ): ଜଟଣୀ ବ୍ଲକର ଛଣଘର କୁଶମାଟି ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଏକ ପ୍ରକଳ୍ପ ମାଧ୍ୟମରେ ନୂତନ କାଜୁ ଜଙ୍ଗଲ ସୃଷ୍ଟି ଉଦ୍ଦେଶ୍ୟରେ ଚାରା ରୋପଣ କରାଯିବା ସହ ଖୁଣ୍ଟ ପୋତାଯାଇ ତାର ବାଡ଼ ଘେରାଯାଇଥିଲା। ତେବେ ବିରୋଧୀ ଗୋଷ୍ଠୀ ଏହି ଗଛ ଉପାଡ଼ି ଦେବା ସହ ତାରବାଡ଼ ଖୁଣ୍ଟ ଭାଙ୍ଗିଦେଇଥିବା ଗୁରୁବାର ସରପଞ୍ଚ ସୁନିଲ କୁମାର ରାଉତରାୟ ଜଟଣୀ ଥାନାରେ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ, ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ଛଣଘର ତତ୍ତ୍ୱାବଧାନରେ ୨୦୨୦ ଜୁଲାଇ ୭ରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ଦ୍ୱାରା କାଜୁ ଜଙ୍ଗଲ ମେଗା ପ୍ରୋଜେକ୍ଟ ଉଦ୍‌ଘାଟିତ ହୋଇଥିଲା। ତେବେ ସେତେବେଳେ କେତେଜଣ ଜବରଦଖଲକାରୀ ଓ ଜମି ମାଫିଆ ଏହି ଜଙ୍ଗଲ ସୃଷ୍ଟିକୁ ବିରୋଧ କରିଥିଲେ। ସେମାନେ ଏହି ପ୍ରକଳ୍ପକୁ ନଷ୍ଟ କରିବା ଲାଗି ଏପର୍ଯ୍ୟନ୍ତ ଚକ୍ରାନ୍ତ ଚଳାଇଛନ୍ତି ବୋଲି ସରପଞ୍ଚ ରାଉତରାୟ ଅଭିଯୋଗ କରିଛନ୍ତି। ସରକାରଙ୍କ ସହାୟତାରେ ଛଣଘର କୁଶମାଟି ଗ୍ରାମରେ ୫୦ ଏକର ଜମିରେ କାଜୁ ଜଙ୍ଗଲ ସୃଷ୍ଟି କରାଯାଇଛି। ତେବେ ଉକ୍ତ କାଜୁ ଜଙ୍ଗଲରୁ ବୁଧବାର ରାତିରେ ଦୁର୍ବୃର୍ତ୍ତମାନେ କାଜୁ ଗଛ ଉପାଡ଼ିନେବା ସହ ପ୍ରାୟ ୬୦ଟି ସିମେଣ୍ଟ ଖୁଣ୍ଟ ଭାଙ୍ଗିଦେଇଛନ୍ତି। ଏହା ପୂର୍ବରୁ ୨୦୧୯ରେ ଉକ୍ତ ପଞ୍ଚାୟତର ପୋଖରୀ ହୁଡ଼ା ଓ ମୁଖ୍ୟରାସ୍ତା ପାର୍ଶ୍ୱରେ ଲଗାଯାଇଥିବା ନଡ଼ିିଆ ଚାରା ସହିତ ଅନ୍ୟ କିଛି ଚାରାକୁ ଉପାଡ଼ିି ଦେଇଥିଲେ। ଏ ନେଇ ମଧ୍ୟ ଥାନାରେ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri