ନୀଳଗିରି ବିଧାୟକଙ୍କ ବିରୋଧରେ ଏତଲା

ପୁରୀ ଅଫିସ, ୮।୬:  ବାଲେଶ୍ୱର ଜିଲାର ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ବିରୋଧରେ ସୋମବାର ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି। ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଏହି ଏତଲା ଦେବା ସହ ବିଧାୟକ ନାୟକଙ୍କୁ ଗିରଫ କରାଯିବାକୁ ଦାବି କରିଛନ୍ତି। ପଟ୍ଟନାୟକ କହିଛନ୍ତି, ମହାପ୍ରଭୁଙ୍କ ନୀତିକାନ୍ତିକୁ ଗୁରୁତ୍ୱ ଦେଇ ସୁପ୍ରିମକୋର୍ଟ ଗତବର୍ଷ ପୁରୀ ରଥଯାତ୍ରା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଜିଲା ପ୍ରଶାସନ ଓ ରାଜ୍ୟ ସରକାର ଉତ୍ତମ ପରିଚାଳନା ଦ୍ୱାରା ବିନା ଭକ୍ତରେ ରଥଯାତ୍ରା କରାଇଥିଲେ। ଏପରିସ୍ଥଳେ ବିଧାୟକ ନାୟକ ନୀଳଗିରି ରଥଯାତ୍ରା ବନ୍ଦ କରିବା ପାଇଁ ବାଲେଶ୍ୱର ଜିଲାପାଳଙ୍କୁ ଚିଠି ଲେଖିବା ସମୀଚୀନ ହୋଇନାହିଁ। ବିଧାୟକ ନାୟକଙ୍କ ଏହି କାର୍ଯ୍ୟ ଧର୍ମ ବିରୋଧୀ ସଦୃଶ। ତେଣୁ ତାଙ୍କ ବିରୋଧରେ ଦଫା ୨୯୫, ୨୯୫ (କ), ୨୯୬, ୨୯୭, ୨୯୮ ଓ ୧୨୦ (ଖ)ରେ ଏକ ମାମଲା ରୁଜୁ ସହ ତାଙ୍କୁ ଗିରଫ କରିବା ପାଇଁ ପଟ୍ଟନାୟକ ଦାବି କରିଛନ୍ତି। ତେବେ ଏ ନେଇ ବିଧାୟକ ନାୟକଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ। ସୂଚନାଯୋଗ୍ୟ, ଗତବର୍ଷ କୋଭିଡ କଟକଣା ମଧ୍ୟରେ ନୀଳଗିରିରେ ରଥ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲା। ଏ ବାବଦରେ ୭ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଥିଲା। ଶେଷରେ ରଥଯାତ୍ରା ହୋଇ ପାରି ନ ଥିଲା। ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ଅଧିକାରୀମାନଙ୍କ ବିନା ଅନୁମତିରେ ଠାକୁରମାହାଲ ରାଜକୋଷରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ନ କରିବା ପାଇଁ ଗତ ୫ ତାରିଖରେ ବାଲେଶ୍ୱର ଜିଲାପାଳ, ୫-ଟି ସଚିବ, ଦେବୋତ୍ତର ବିଭାଗକୁ ନାୟକ ଚିଠି ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri