ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ ଇଜାରାର ଅବଧି ବୃଦ୍ଧି କରିବା ସହ ଭବିଷ୍ୟତରେ ସ୍ପଟ ନିଲାମରେ ସୁବିଧା ଯୋଗାଇଦେବା ପାଇଁ ସେ ଜଣେ ବ୍ୟବସାୟୀଙ୍କଠାରୁ ଏହି ଲାଞ୍ଚ ଦାବି କରିଥିଲେ। ଲାଞ୍ଚ ରାଶି ଗ୍ରହଣ ସମୟରେ ଭିଜିଲାନ୍ସ ଟିମ ଚଢ଼ାଉ କରି ତାଙ୍କୁ କାବୁ କରିଥିଲା ଏବଂ ୨ ଲକ୍ଷ ଟଙ୍କା ଜବତ କରିଛି। ଏହାପରେ ଭିଜିଲାନ୍ସ ପକ୍ଷରୁ ଜୟପୁରର ଲିଙ୍ଗରାଜ ନଗରସ୍ଥିତ ବାସଭବନ, କଟକ ଜିଲାର ବିଦ୍ୟାଧରପୁର ଓ ମାହାଙ୍ଗା ଅଞ୍ଚଳର ଓଳକଣାସ୍ଥିତ ଘରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଏହି ଚଢାଉବେଳେ ଜୟପୁର ବାସଭବନରୁ ଆଉ ୨ ଲକ୍ଷ ୯୦ ହଜାର ଟଙ୍କା ନଗଦ ଜବତ କରାଯାଇଛି। ଫଳରେ ମୋଟ ୪ ଲକ୍ଷ ୯୦ ହଜାର ଟଙ୍କା ନଗଦ ଜବତ ହୋଇଛି।
ଏହି ଘଟଣାରେ କୋରାପୁଟ ଭିଜିଲାନ୍ସ ଥାନାରେ ଦୁର୍ନୀତି ନିବାରଣ (ସଂଶୋଧନ) ଆଇନ, ୨୦୧୮ର ଧାରା୭ ଅନୁଯାୟୀ ମାମଲା (ନଂ୧୪/୨୦୨୬) ରୁଜୁ କରାଯାଇଛି। ଏହାସହ ଘଟଣାର ଅଧିକ ତଦନ୍ତ ଜାରି ରହିଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ଶିକ୍ଷକଙ୍କ ଦୁଇମାସର ଦରମା ଅଟକିଥିଲା, ଦାବି ଜଣାଇବାକୁ ପହଞ୍ଚିବା ବେଳେ ଆକାଉଣ୍ଟରେ ଚଢ଼ିଲା ଟଙ୍କା! ଉଠିଲା ପ୍ରଶ୍ନ

ପଟ୍ଟାଙ୍ଗି,୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କାର୍ଯ୍ୟାଳୟ ସମୁଖରେ ରହିଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଏକ୍ସ୍ କ୍ୟାଡର ଶିକ୍ଷୟିତ୍ରୀ ଶିକ୍ଷକ ପହଞ୍ଚି…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ନବରାତ୍ରୀ ଆରମ୍ଭରୁ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରଚୁର ଧନବର୍ଷା ସହ ଘରକୁ ଆସିବ ଖୁସି ଖବର

ଶାରଦୀୟ ନବରାତ୍ରୀର ପବିତ୍ର ପର୍ୱ ୧୧ ଅକ୍ଟୋବର, ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀର ପ୍ରଥମ ଦିନରେ ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ କଳସ ସ୍ଥାପନ କରାଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?