Posted inଖେଳ

ଧୋନୀ ଅଧିନାୟିକତ୍ୱ ଛାଡିବା ପରେ ଏମିତି କହିଲେ ରୋହିତ ଶର୍ମା: ଭାବପ୍ରବଣ କରିଦେବ ପୋଷ୍ଟ

ନୂଆଦିଲ୍ଲୀ,୨୨।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ଇତିହାସର ସବୁଠାରୁ ସଫଳ ଅଧିନାୟକଙ୍କ କଥା ଆସିଲେ, ପ୍ରଥମେ ରୋହିତ ଶର୍ମା ଏବଂ ମହେନ୍ଦ୍ର ସିଂ ଧୋନୀଙ୍କ ନାମ ଶୀର୍ଷରେ ଆସେ। ରୋହିତ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଏବଂ ଧୋନୀ ନିଜ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ୫-୫ ଥର ଚାମ୍ପିୟନ କରିଛନ୍ତି। କିନ୍ତୁ ଆଇପିଏଲ ୨୦୨୪ରେ ଲାଗୁଛି ଯେପରି ଏକ ଯୁଗ ଶେଷ ହୋଇଛି, କାରଣ ଗୋଟିଏ ପଟେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକତ୍ୱ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ହସ୍ତାନ୍ତର କରାଯାଇଛି। ଅନ୍ୟପକ୍ଷରେ ଏମଏସ ଧୋନୀ ଚେନ୍ନାଇର ଅଧିନାୟକତ୍ୱ ଛାଡି ଦଳର ଅଧିନାୟିକତ୍ୱକୁ ଋତୁରାଜ ଗାଇକ୍ୱାଡଙ୍କୁ ଦେଇଛନ୍ତି। ବର୍ତ୍ତମାନ ରୋହିତ ସୋସିଆଲ ମିଡିଆରେ ଏକ ଷ୍ଟାଟସ୍‌ ଅପଡେଟ କରିଛନ୍ତି। ଏଥିରେ ଧୋନୀ ଅଧିନାୟକତ୍ୱ ଛାଡିବା ବିଷୟରେ ଏକ ହୃଦୟସ୍ପର୍ଶୀ ଇମୋଜି ଶେୟାର କରିଛନ୍ତି।
ରୋହିତ ଶର୍ମା ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ସେ ଏମଏସ ଧୋନୀଙ୍କ ସହ ହାତ ମିଳାଉଛନ୍ତି। ଏହା ସହିତ ସେ କ୍ୟାପସନରେ ଏକ ହ୍ୟାଣ୍ଡସ୍ୟାକ ଇମୋଜି ମଧ୍ୟ ଶେୟାର କରିଛନ୍ତି। ଅଧିନାୟକତ୍ୱରେ ଏହି ଦୁଇ ଖେଳାଳିଙ୍କ ଯାତ୍ରା ଚମତ୍କାର ହୋଇଛି, କିନ୍ତୁ ସେମାନଙ୍କ ପ୍ରଶଂସକଙ୍କ ପାଇଁ ଏହା ଏକ ଖୁସି ଖବର ହୋଇପାରେ ଯେ ଅଧିନାୟକତ୍ୱ ଛାଡିବା ପରେ ମଧ୍ୟ ରୋହିତ ଏବଂ ଧୋନୀ ଖେଳୁଥିବା ଦେଖିବାକୁ ମିଳିବ। କିନ୍ତୁ ଏହା ମଧ୍ୟ ସୂଚାଇ ଦେଉଛି ଯେ ଧୋନୀ ଆସନ୍ତା ସିଜନରେ କ୍ରିକେଟ ପାଇଁ ବିଦାୟ ନେଇପାରନ୍ତି ଏବଂ ବୋଧହୁଏ ସେଇ କାରଣରୁ ସେ ଅଧିନାୟକତ୍ୱର ଦାୟିତ୍ୱ ଗାଇକ୍ୱାଡଙ୍କୁ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?