ସିଫା ସହ ସୋଆର ବୁଝାମଣା ସ୍ବାକ୍ଷରିତ

ଭୁବନେଶ୍ୱର,୨୫।୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆଇସିଏଆର୍‌-ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଫ୍ରେଶ୍‌ୱାଟର ଆକ୍ୱାକଲଚର (ସିଫା) ମଧ୍ୟରେ ବିଭିନ୍ନ ବିଷୟରେ ଶିକ୍ଷା ପ୍ରଦାନ ଓ ଗବେଷଣା ନିମନ୍ତେ ବୁଧବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ହର୍ବାଲ ବାୟୋମେଡିସିନ୍ସ, ନାନୋଟେକ୍ନୋଲୋଜି, ମେରାଇନ୍‌ ଆଣ୍ଡ ଫ୍ରେଶ୍‌ ୱାଟର ଇକୋ ସିଷ୍ଟମ୍ସ,ଆଣ୍ଟି-ମାଇକ୍ରୋବାଇଆଲ୍‌ ରେଜିଷ୍ଟାନ୍ସ, ଇମ୍ୟୁନୋଲୋଜି ଆଣ୍ଡ ଟ୍ରାନ୍ସଲେସ୍‌ନାଲ୍‌ ମେଡିସିନ ରିସର୍ଚ୍ଚ ଇତ୍ୟାଦି କ୍ଷେତ୍ରରେ ଉଭୟ ଅନୁଷ୍ଠାନ ମଧ୍ୟରେ ଶିକ୍ଷା ଓ ଗବେଷଣା କାର୍ଯ୍ୟ କରାଯିବ। ଏପରିକି ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୂତି ଭୂଷଣ ପ୍ରଧାନ ଏବଂ ଆଇସିଏଆର୍‌-ସିଫାର ନିର୍ଦ୍ଦେଶକ ଡ. ସରୋଜ କୁମାର ସ୍ବାଇଁ ଏହି ବୁଝାମଣାପତ୍ରରେ ସ୍ବାକ୍ଷର କରିଥିଲେ। ଏ ସମ୍ପର୍କରେ ସୋଆ ରେଜିଷ୍ଟ୍ରାର ପ୍ରଫେସର ପ୍ରଧାନ କହିଛନ୍ତି, ଏହାଦ୍ୱାରା ଉଭୟ ଅନୁଷ୍ଠାନ ବିଭିନ୍ନ କ୍ଷେତ୍ରରେ ଉଚ୍ଚମାନର କାର୍ଯ୍ୟ ସମ୍ପାଦନ ସାଙ୍ଗକୁ ବିକଶିତ ଜ୍ଞାନକୌଶଳର ବିନିଯୋଗ କରିପାରିବେ ବୋଲି ଆଶାବ୍ୟକ୍ତ କରିଛନ୍ତି।

ସେହିଭଳି ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍‌ର ଡିନ୍‌ ପ୍ରଫେସର ବିଜୟ କୁମାର ସାହୁ, ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ସ୍କୁଲ ଅଫ୍‌ ଫାର୍ମାସ୍ୟୁଟିକାଲ ସାଇନ୍‌ସେସ୍‌ର ଡିନ୍‌ ପ୍ରଫେସର ସୁଦାମ ଚରଣ ସି, ଫାର୍ମାସ୍ୟୁଟିକ୍ସ ବିଭାଗର ପ୍ରଫେସର ଗୌତମ ରଥ ଓ ଡ. ବିନୀତ କୁମାର ରାଏ, ଫାର୍ମାକଗ୍ନୋସି ବିଭାଗର ପ୍ରଫେସର ଗୌତମ ଘୋଷ, ଫାର୍ମାକଲୋଜି ବିଭାଗର ପ୍ରଫେସର ଦୁର୍ଗାମାଧବ କର ଓ ଡ. ବିଶ୍ୱନାଥ କର ଏବଂ ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲର ପ୍ରଫେସର ସନ୍ତୋଷ କୁମାର ସ୍ବାଇଁ ଏବଂ ଡ. ଦେବସ୍ମିତା ଦୁବେ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ସେହିପରି ଆଇସିଏଆର୍‌-ସିଫା ପକ୍ଷରୁ ଫିସ୍‌ ଜେନେଟିକ୍ସ ଆଣ୍ଡ ବାୟୋଟେକ୍ନୋଲୋଜି ଡିଭିଜନର ମୁଖ୍ୟ ଡ. ପରମାନନ୍ଦ ଦାସ, ପ୍ରିନ୍ସିପାଲ୍‌ ସାଇଣ୍ଟିଷ୍ଟ ଡ. ମୃଣାଳ ସାମନ୍ତଙ୍କ ସମେତ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋରଞ୍ଜନ ନାୟକଙ୍କ ସହ ଆଇସିଏଆର୍‌-ସିଫାର ବରିଷ୍ଠ ଅଧିକାରୀ ସୌଜନ୍ୟମୂଳକ ସାକ୍ଷାତ ସହ ଏମ୍‌ଓୟୁ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri