ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସି ସହ ସୋଆର ବୁଝାମଣା

ଭୁବନେଶ୍ୱର,୨୫।୬: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆଇସିଏମ୍‌ଆର୍‌-ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସି) ମଧ୍ୟରେ ଶନିବାର ଏକ ଦ୍ୱିପାକ୍ଷିକ ବୁଝାମଣା ସ୍ବାକ୍ଷରିତ ହୋଇଯାଇଛି। ଉକ୍ତ ବୁଝାମଣା ଅନୁଯାୟୀ ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସି ଓ ସୋଆ ମିଳିତ ଭାବେ ଟାସ୍କଫୋର୍ସ ଗବେଷଣା ଓ ପ୍ରକଳ୍ପ ନିମନ୍ତେ ରାଜ୍ୟ,ଜାତୀୟ ଏବଂ ଆନ୍ତର୍ଜାତିକସ୍ତରରେ ଉପଲବ୍ଧ ଅନୁଦାନର ଉପଯୋଗକରି ଗବେଷଣା କରିବେ। ସେହିଭଳି ସୋଆ ମଧ୍ୟ ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସିର ବୈଜ୍ଞାନିକମାନଙ୍କୁ ପିଏଚ୍‌.ଡି. କାର୍ଯ୍ୟରେ ତତ୍ତ୍ୱାବଧାନ କରିବା ନିମନ୍ତେ ରିସର୍ଚ୍ଚ ଗାଇଡ୍‌ ଏବଂ କୋ-ଗାଇଡ୍‌ ଭାବେ ସାମିଲ କରିବ। ଏହା ବ୍ୟତୀତ ଉଭୟ ସୋଆ ଏବଂ ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସିର ପିଏଚ୍‌.ଡି. ରିସର୍ଚ୍ଚ ସ୍କଲାରମାନେ ଉଭୟ ଅନୁଷ୍ଠାନର ଉପଲବ୍ଧ ସୁବିଧା ସୁଯୋଗକୁ ଗବେଷଣା ନିମନ୍ତେ ବ୍ୟବହାର କରିପାରିବେ। ଅପରପକ୍ଷରେ ଆସନ୍ତା ୫ବର୍ଷ ପାଇଁ ହୋଇଥିବା ଉକ୍ତ ବୁଝାମଣା ପତ୍ରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏବଂ ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସିର ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସ୍ବାକ୍ଷର କରିଛନ୍ତି। ଏହି ପରିପ୍ରେକ୍ଷୀରେ ସୋଆ ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲର ଡିନ୍‌ ପ୍ରଫେସର ଡା. ସଂଘମିତ୍ରା ମିଶ୍ର, ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ ସାଇନ୍‌ସେସ୍‌ର ଡିନ୍‌ ପ୍ରଫେସର ନୀତା ମହାନ୍ତି, ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଚିଫ୍‌ ଆଡମିନିଷ୍ଟ୍ରେଟିଭ ଅଫିସର ପ୍ରମୋଦ କୁମାର ପଣ୍ଡା ଏବଂ ଆଇସିଏମ୍‌ଆର୍‌- ଆର୍‌ଏମ୍‌ଆର୍‌ସିର ବୈଜ୍ଞାନିକ ଡା. ଶୁଭେନ୍ଦୁ କୁମାର ଆଚାର୍ଯ୍ୟ ଓ ଡା. ମହେଶ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri