ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସି ସହ ସୋଆର ବୁଝାମଣା

ଭୁବନେଶ୍ୱର,୨୫।୬: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆଇସିଏମ୍‌ଆର୍‌-ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସି) ମଧ୍ୟରେ ଶନିବାର ଏକ ଦ୍ୱିପାକ୍ଷିକ ବୁଝାମଣା ସ୍ବାକ୍ଷରିତ ହୋଇଯାଇଛି। ଉକ୍ତ ବୁଝାମଣା ଅନୁଯାୟୀ ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସି ଓ ସୋଆ ମିଳିତ ଭାବେ ଟାସ୍କଫୋର୍ସ ଗବେଷଣା ଓ ପ୍ରକଳ୍ପ ନିମନ୍ତେ ରାଜ୍ୟ,ଜାତୀୟ ଏବଂ ଆନ୍ତର୍ଜାତିକସ୍ତରରେ ଉପଲବ୍ଧ ଅନୁଦାନର ଉପଯୋଗକରି ଗବେଷଣା କରିବେ। ସେହିଭଳି ସୋଆ ମଧ୍ୟ ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସିର ବୈଜ୍ଞାନିକମାନଙ୍କୁ ପିଏଚ୍‌.ଡି. କାର୍ଯ୍ୟରେ ତତ୍ତ୍ୱାବଧାନ କରିବା ନିମନ୍ତେ ରିସର୍ଚ୍ଚ ଗାଇଡ୍‌ ଏବଂ କୋ-ଗାଇଡ୍‌ ଭାବେ ସାମିଲ କରିବ। ଏହା ବ୍ୟତୀତ ଉଭୟ ସୋଆ ଏବଂ ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସିର ପିଏଚ୍‌.ଡି. ରିସର୍ଚ୍ଚ ସ୍କଲାରମାନେ ଉଭୟ ଅନୁଷ୍ଠାନର ଉପଲବ୍ଧ ସୁବିଧା ସୁଯୋଗକୁ ଗବେଷଣା ନିମନ୍ତେ ବ୍ୟବହାର କରିପାରିବେ। ଅପରପକ୍ଷରେ ଆସନ୍ତା ୫ବର୍ଷ ପାଇଁ ହୋଇଥିବା ଉକ୍ତ ବୁଝାମଣା ପତ୍ରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏବଂ ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସିର ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସ୍ବାକ୍ଷର କରିଛନ୍ତି। ଏହି ପରିପ୍ରେକ୍ଷୀରେ ସୋଆ ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲର ଡିନ୍‌ ପ୍ରଫେସର ଡା. ସଂଘମିତ୍ରା ମିଶ୍ର, ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ ସାଇନ୍‌ସେସ୍‌ର ଡିନ୍‌ ପ୍ରଫେସର ନୀତା ମହାନ୍ତି, ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଚିଫ୍‌ ଆଡମିନିଷ୍ଟ୍ରେଟିଭ ଅଫିସର ପ୍ରମୋଦ କୁମାର ପଣ୍ଡା ଏବଂ ଆଇସିଏମ୍‌ଆର୍‌- ଆର୍‌ଏମ୍‌ଆର୍‌ସିର ବୈଜ୍ଞାନିକ ଡା. ଶୁଭେନ୍ଦୁ କୁମାର ଆଚାର୍ଯ୍ୟ ଓ ଡା. ମହେଶ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?