୧୫ ବର୍ଷରେ ସୋଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ ୧୫ ବର୍ଷରେ ପଦାର୍ପଣ କରିଛି। ଭୁବନେଶ୍ୱରରେ ଜନ୍ମ ନେଇଥିବା ଏହି ପ୍ରତିଷ୍ଠାନ ପୂର୍ବ ଭାରତରେ ଏକ ଉଜ୍ଜ୍ୱଳ ଶିକ୍ଷାକେନ୍ଦ୍ର ଭାବେ ଉଭା ହୋଇଛି। ଶିକ୍ଷାର ଗୁଣବତ୍ତା ଓ ଅଭିନବ ଗବେଷଣା ଉପରେ ବିଶ୍ୱବିଦ୍ୟାଳୟ ଗୁରୁତ୍ୱ ଦେଇ ଆସିଛି। ଏ କ୍ଷେତ୍ରରେ ନିଜର ଉତ୍କର୍ଷ ପ୍ରମାଣିତ କରିବା ସହ ସ୍ବତନ୍ତ୍ର ପରିଚୟ ହାସଲ କରିପାରିଛି। ୨୦୦୭ ଜୁଲାଇ ୧୭ରେ ୟୁଜିସି ଆକ୍ଟ ୧୯୫୬ ସେକ୍ସନ ୩ ଅନୁଯାୟୀ କେନ୍ଦ୍ର ସରକାର ସୋଆକୁ ଡିମ୍‌ଡ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ କରିଥିଲେ। ବର୍ତ୍ତମାନ ଏହି ଶିକ୍ଷାନୁଷ୍ଠାନରେ ଦେଶ ବିଦେଶର ୧୨ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଶିକ୍ଷା ଗ୍ରହଣ କରୁଛନ୍ତି। ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଶନାଲ ର଼୍ୟାଙ୍କିଙ୍ଗ ଫ୍ରେମ୍‌ଓ୍ବାର୍କ(ଏନ୍‌ଆଇଆର୍‌ଏଫ୍‌)ରେ ଗତ ୫ ବର୍ଷ ହେବ କ୍ରମାଗତ ଭାବେ ଦେଶର ଶ୍ରେଷ୍ଠ ୨୫ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇଛି। କ୍ୟୁଏସ୍‌ ୱାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗସ ୨୦୨୦ରେ ସୋଆ ବିଶ୍ୱ ସ୍ତରରେ ୮୦୧-୧୦୦୦ ବ୍ରାକେଟ୍‌ ଓ କ୍ୟୁଏସ୍‌ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ ୨୦୨୧ରେ ୩୫୧ରୁ ୪୦୦ ବ୍ରାକେଟ୍‌ ମଧ୍ୟରେ ରହିଛି। ୨୦୨୦ରେ କ୍ୟୁଏସ୍‌ ଆଇଗଜ୍‌ ପକ୍ଷରୁ ଡାଇମଣ୍ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ ମିଳିଛି। ମହାମାରୀ ସମୟରେ ଅନ୍‌ଲାଇନ ଶିକ୍ଷାଦାନ ଓ ପାଠ୍ୟକ୍ରମ ପରିଚାଳନା ଲାଗି ସୋଆକୁ କ୍ୟୁଏସ୍‌ ଆଇଗଜ୍‌ ଲିଡ୍‌ ସମ୍ମାନ ମିଳିଛି। ଟାଇମ୍ସ ହାୟର ଏଜୁକେଶନ ଓ୍ବାର୍ଲଡ ର଼୍ୟାଙ୍କିଙ୍ଗରେ ୧୦୦୧ ପ୍ଲସ କାଟେଗୋରି, ଇଞ୍ଜିନିୟରିଂ ଏବଂ ଟେକ୍ନୋଲୋଜି ଓ କମ୍ପ୍ୟୁଟର ସାଇନ୍ସରେ ୬୦୧ରୁ ୮୦୦ ବ୍ରାକେଟରେ ସୋଆ ରହିଛି। ନାକ୍‌ ଏ ଗ୍ରେଡ, ଟିଏଚ୍‌ଇ ଏସିଆଇ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ, ଟିଏସ୍‌ଇ ଏମିର୍ଜିଂ ଇକୋନୋମିକ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗରେ ମଧ୍ୟ ଏହି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରକାଶିତ ସମ୍ମାନଜନକ ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ ପ୍ରତିଷ୍ଠାନର ୧୧ ଜଣ ଗବେଷକ ରହିଛନ୍ତି। ୨୪ ଅଣ୍ଡର ଗ୍ରାଜୁଏଟ, ୭୬ ପୋଷ୍ଟ ଗ୍ରାଜୁଏଟ, ୧୫ ପୋଷ୍ଟ ମାଷ୍ଟର୍ସ, ପିଏଚ୍‌ଡି ଏବଂ ପୋଷ୍ଟ ଡକ୍ଟରାଲ ପାଠ୍ୟକ୍ରମ ଉପଲବ୍ଧ ରହିଥିବାବେଳେ ମହାମାରୀ ସତ୍ତ୍ୱେ ୯୧% ଇଞ୍ଜିନିୟରିଂ ଗ୍ରାଜୁଏଟ ବିଭିନ୍ନ କମ୍ପାନୀରେ କ୍ୟାମ୍ପସ ନିଯୁକ୍ତି ପାଇଛନ୍ତି। ବିଶ୍ୱବିଦ୍ୟାଳୟର ଫାକଲ୍ଟି ଅଫ୍‌ ମେଡିସିନ, ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଓ ସମ ହସ୍ପିଟାଲ ୧୬ଶହ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ଦ୍ୱାରା ସୁଲଭ ମୂଲ୍ୟରେ ଚିକିତ୍ସା ସେବା ପ୍ରଦାନ କରୁଛି। କୋଭିଡ୍‌ କେୟାର କ୍ଷେତ୍ରରେ ରାଜ୍ୟ ସରକାରଙ୍କୁ ସହଯୋଗ ଜାରି ରଖିଥିବା ସୋଆ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜକୁମାର ବୁଧଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ: ପହିଲାଠୁ କନ୍ୟା ସମେତ ୪ ରାଶି ହେବେ ଧନବାନ୍‌, ପଛକୁ ପଛ ଲାଗିବ ଲଟେରୀ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ପ୍ରଭାବଶାଳୀ ବୋଲି ମନାଯାଏ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ ବୁଦ୍ଧି, ବାଣୀ, ଯୋଗାଯୋଗ ଓ ବ୍ୟବସାୟର କାରକ ବୁଧ…

ଅଶ୍ଳେଷା ନକ୍ଷତ୍ରରେ ଗୁରୁ ବୃହସ୍ପତିଙ୍କ ପ୍ରବେଶ: ୬ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଧନବର୍ଷା ଯୋଗ! ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ଦେବଗୁରୁ ବୃହସ୍ପତି ଆସନ୍ତା ଅକ୍ଟୋବର ୮ ତାରିଖ ସନ୍ଧ୍ୟା ୭ଟା ୦୩ ମିନିଟରେ ଅଶ୍ଳେଷା ନକ୍ଷତ୍ରର ଚତୁର୍ଥ ପଦରେ ପ୍ରବେଶ କରିବେ।…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?