Categories: ବାଣିଜ୍ୟ

ସୋଆର ଷ୍ଟାନ୍‌ଫୋର୍ଡ ୨% ଶ୍ରେଷ୍ଠ ବୈଜ୍ଞାନିକଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୨୬।୧୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ୧୬ ଜଣ ଗବେଷକ ପୃଥିବୀର ୨% ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ବିଶେଷକରି ୟୁଏସ୍‌ର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ୨୦୨୨ ମସିହା ପାଇଁ ପୃଥିବୀର ୨% ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନିତ ହୋଇଥିବା ଜଣାପଡ଼ିଛି। ଏପରିକି ସୋଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ସୋଆର ଗବେଷକମାନଙ୍କୁ ବିଶ୍ୱବିଦ୍ୟାଳୟ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ସୋଆ ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଦେବୀପ୍ରସାଦ ରାୟ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସେମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏପରିକି ଗବେଷଣା କ୍ଷେତ୍ରରେ ସେମାନଙ୍କର ଉତ୍କର୍ଷ ଯୁବ ବୈଜ୍ଞାନିକମାନଙ୍କୁ ଅନୁପ୍ରାଣିତ କରିବ ବୋଲି ରାୟ ମତ ପ୍ରକାଶ କରିଥିଲେ। ସେହିପରି ପ୍ରଫେସର ରାୟ କହିଥିଲେ, ଦେଶର ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ଏନ୍‌ଆଇଆର୍‌ଏଫ୍‌ ର଼୍ୟାଙ୍କିଙ୍ଗ୍‌ ଅନୁଯାୟୀ ୧୬ତମ ସ୍ଥାନ ଅଧିକାର କରିଥିବା ସୋଆରେ ବିଶେଷ ଭାବେ ଇଣ୍ଟର-ଡିସିପ୍ଲିନାରି ଗବେଷଣା ନିମନ୍ତେ ଅନେକ ସୁଯୋଗ ରହିଛି। ଉକ୍ତ ଉତ୍ସବରେ ବିଶ୍ୱବିଦ୍ୟାଳୟର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୂତି ଭୂଷଣ ପ୍ରଧାନଙ୍କ ସମେତ ବହୁ ବରିଷ୍ଠ କର୍ମକର୍ତ୍ତାଗଣ ଉପସ୍ଥିତ ଥିଲେ।

Share