ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୨୨ଗବେଷକ

ଭୁବନେଶ୍ୱର,୭।୧୦: ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକଙ୍କ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ୨୨ଜଣ ବିଶିଷ୍ଟ ଗବେଷକ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ୨୦୨୩ ନିମନ୍ତେ ଆମେରିକାର ପ୍ରତିଷ୍ଠିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟବସ୍ତୁ ଆଧାରକୁ ନେଇ ପ୍ରକାଶିତ ୨% ବୈଜ୍ଞାନିକମାନଙ୍କ ତାଲିକାରେ ସୋଆର ଏହି ଗବେଷକମାନେ ସାମିଲ ହୋଇଛନ୍ତି। ଏପରିକି ୨୦୨୧ରେ ଷ୍ଟାନ୍‌ଫୋର୍ଡ ଦ୍ୱାରା ପ୍ରସ୍ତୁତ ଏହି ସମ୍ମାନଜନକ ତାଲିକାରେ ସୋଆର ୧୩ଜଣ ଗବେଷକ ସ୍ଥାନ ପାଇଥିବାବେଳେ ୨୦୨୨ରେ ୧୬ଜଣ ଗବେଷକ ଉକ୍ତ ତାଲିକାରେ ସାମିଲ ହୋଇଥିଲେ। ଏମାନଙ୍କ ମଧ୍ୟରୁ ଗତ ୩ବର୍ଷ ଧରି ସୋଆର ୯ଜଣ ଗବେଷକ ଏହି ତାଲିକାରେ ନିଜ ସ୍ଥାନ ବଜାୟ ରଖିଛନ୍ତି। ଏହି ଗବେଷକମାନେ ହେଲେ ସୋଆର ପ୍ରଥମ କୁଳପତି ତଥା ନିର୍ଦ୍ଦେଶକ (ଗବେଷଣା) ପ୍ରଫେସର (ଡ.) ପ୍ରଦୀପ୍ତ କିଶୋର ଦାଶ, ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ, ସୋଆର ପୂର୍ବତନ କୁଳପତି ତଥା ବର୍ତ୍ତମାନର ପ୍ରମୁଖ ଉପଦେଷ୍ଟା (ସ୍ବାସ୍ଥ୍ୟ ବିଜ୍ଞାନ), ପ୍ରଫେସର (ଡା.) ଅଶୋକ କୁମାର ମହାପାତ୍ର, ପ୍ରଫେସର କୁଳମଣି ପରିଡ଼ା, ପ୍ରଫେସର ଲାଲା ବିହାରୀ ଶୁକ୍ଳା, ପ୍ରଫେସର ଆର୍‌.ଏନ୍‌.ପି. ଚୌଧୁରୀ,ପ୍ରଫେସର ଗୌତମ ରଥ, ପ୍ରଫେସର ନିହାରବାଳା ଦେବୀ, ଡ. ମନୋଜ କୁମାର ନାୟକ ଏବଂ ଡ. ସତ୍ୟରଞ୍ଜନ ମିଶ୍ର ବୋଲି ସୋଆ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୨୦୨୨ ତାଲିକାରେ ଅନ୍ତଭୁର୍କ୍ତ ଥାଇ ୨୦୨୩ର ଏହି ସମ୍ମାନଜନକ ତାଲିକାରେ ପୁଣି ସାମିଲ ହୋଇଥିବା ଗବେଷକମାନେ ହେଲେ ପ୍ରଫେସର ରାଜଶ୍ରୀ ଦାଶ, ପ୍ରଫେସର ବିନୋଦ କୁମାର ସାହୁ, ଡ. ମନୋହର ମିଶ୍ର, ଡ. ସୁଲଗ୍ନା ପଟ୍ଟନାୟକ ଓ ଡ. ଦୀପ୍ତିପ୍ରଭା ସାହୁ ସାମିଲ ଅଛନ୍ତି। ତେବେ ପ୍ରଥମ ଥର ପାଇଁ ଏହି ତାଲିକାରେ ସୋଆର ପ୍ରଫେସର ରେଣୁ ଶର୍ମା, ପ୍ରଫେସର ସୌରଭ ପଣ୍ଡା, ଡା. ଶୁଭଶ୍ରୀ ଚୌଧୁରୀ, ଡା. ଶେଷଦେବ ସାହୁ, ଡା. ମୃତ୍ୟୁଞ୍ଜୟ ସାହାଣୀ, ଡା. ଭିନୀତ କୁମାର ରାୟ ଏବଂ ଡା. ସତ୍ୟବ୍ରତ ସୁବୁଦ୍ଧି ପ୍ରମୁଖ ସାମିଲ ହୋଇଛନ୍ତି। ଅପରପକ୍ଷରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡ. ମନୋଜରଞ୍ଜନ ନାୟକ ଏହି ସମ୍ମାନଜନକ ତାଲିକାରେ ସ୍ଥାନ ପାଇଥିବା ସମସ୍ତ ୨୨ଜଣ ଗବେଷକଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ରହିଥିବା ଗବେଷଣା କାର୍ଯ୍ୟକୁ ଏହି ସମ୍ମାନ ଅଧିକ ପ୍ରୋତ୍ସାହିତ କରିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?