Posted inଜାତୀୟ

ଭଡ଼ାଘରେ ଆର୍‌ଜେ ସିମରନ୍‌ଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ…

ନୂଆଦିଲ୍ଲୀ,୨୬।୧୨: ଜମ୍ମୁର ଲୋକପ୍ରିୟ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ତଥା ଆର୍‌ଜେ ସିମରନ୍‌ ସିଂଙ୍କ ଆତ୍ମହତ୍ୟା। ତାଙ୍କୁ ମାତ୍ର ୨୫ ବର୍ଷ ହୋଇଥିଲା। ତେବେ ତାଙ୍କ ମୃତଦେହକୁ ଗୁରୁଗାଓଁ ସ୍ଥିତ ସେକ୍ଟର ୪୬ର ଏକ ଭଡ଼ା ଆପାର୍ଟମେଣ୍ଟରୁ ଜବତ କରାଯାଇଛି। ପୋଲିସ ଏହା ଆତ୍ମହତ୍ୟା ବୋଲି ସ୍ପଷ୍ଟ କରିଛି।

ଝୁଲନ୍ତା ଅବସ୍ଥାରେ ଆପାର୍ଟମେଣ୍ଟରୁ ଉଦ୍ଧାର କରାଯିବା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏବେ ତାଙ୍କର ପୋଷ୍ଟମର୍ଟମ ଶେଷ ହୋଇଛି। ତାଙ୍କ ମୃତଦେହକୁ ପରିବାରଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ଆର୍‌ଜେ ସିମରନଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକମାନେ ସ୍ତବ୍ଧ ହୋଇଯାଇଛନ୍ତି। ଅପରପକ୍ଷେ ପୋଲିସକୁ ମୃତଦେହ ନିକଟରେ କୌଣସି ଲେଟର କିମ୍ବା ନୋଟ୍‌ ମିଳିନାହିଁ। ଏମିତିରେ ପୋଲିସ ଘଟଣାର ଯାଞ୍ଚ କରୁଛି।

ଇନଷ୍ଟାଗ୍ରାମରେ ସିମରନ୍‌ ସପ୍ତାହେ ପୂର୍ବେ ପୋଷ୍ଟ କରିଥିଲେ। ଏବେ ପ୍ରଶଂସକମାନେ ସେଠାରେ ପ୍ରତିକ୍ରିୟା ରଖୁଛନ୍ତି।

 

View this post on Instagram

 

A post shared by RJ SIMRAN (@rjsimransingh)

ପୋଲିସ ମୁତାବକ, ସିମରନ୍‌ଙ୍କ ଘରଲୋକଙ୍କ କହିବାନୁଯାୟୀ ତାଙ୍କ ଝିଅ ଦୀର୍ଘଦିନରୁ ଚିନ୍ତାରେ ରହିଥିଲେ। କୌଣସି ସମସ୍ୟା ଯୋଗୁ ସେ ଏତେବଡ଼ ପଦକ୍ଷେପ ନେଇପାରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri