କଟକରେ ସୋସିଆଲ୍ ମିଡିଆ ଉପରେ କଟକଣା, ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ

କଟକ,୫ା୧୦: କଟକ ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରବିବାର ସଂଧ୍ୟା ୭ଟାରୁ ସୋମବାର ସଂଧ୍ୟା ୭ଟା ପର୍ଯ୍ୟନ୍ତ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଯଥା ହ୍ବାଟ୍ସଆପ୍‌, ଫେସବୁକ୍‌, ଇନଷ୍ଟାଗ୍ରାମ୍‌ ଓ ସ୍ନାପ୍‌ଚାଟ୍‌ ଉପରେ ୨୪ ଘଣ୍ଟିଆ କଟକଣା ଲାଗୁ କରାଯାଇଛି। ଗୃହ ବିଭାଗ ପକ୍ଷରୁ ମୋବାଇଲ୍ ଇଣ୍ଟରନେଟ୍ ସେବା ମଧ୍ୟ ବାତିଲ୍ କରାଯାଇଛି।

କଟକରେ ସମ୍ପ୍ରତି ହୋଇଥିବା ବିଶୃଙ୍ଖଳାକୁ ନିୟନ୍ତ୍ରଣ କରିବା ପାଇଁ କମିଶନରେଟ ପୋଲିସ ତିନୋଟି ସ୍ପେଶାଲ୍ ଟିମ୍ ଗଠନ କରିଛି। ପୋଲିସ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ, ବିଶୃଙ୍ଖଳାକାରୀଙ୍କୁ ଚିହ୍ନଟ କରି ଗିରଫ କରାଯିବ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ଶାନ୍ତି ଓ ଭାଇଚାରା ବଜାୟ ରଖିବାକୁ ଅପିଲ୍ କରିଛନ୍ତି। ସେ କହିଛନ୍ତି, “କଟକ ଭାଇଚାରାର ଅନନ୍ୟ ନିଦର୍ଶନ। କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରର ଶାନ୍ତି ଓ ଗୌରବ ନଷ୍ଟ ହେଉଛି। ସରକାର ଏମାନଙ୍କ ଉପରେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ କରିବ।”

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଏହି ଘଟଣାରେ ଗଭୀର ଉଦ୍‌ବେଗ ପ୍ରକାଶ କରି ସମସ୍ତଙ୍କୁ ଶାନ୍ତି ଓ ଆଇନଶୃଙ୍ଖଳା ରକ୍ଷା କରିବାକୁ ଅନୁରୋଧ କରିଛନ୍ତି। ସହରରେ ଶାନ୍ତି ପୁନଃସ୍ଥାପନ ଓ ସାଧାରଣ ଜୀବନଯାତ୍ରା ସ୍ୱାଭାବିକ କରିବା ପାଇଁ ପ୍ରଶାସନ କଡ଼ା ପଦକ୍ଷେପ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri