କଟକରେ ସୋସିଆଲ୍ ମିଡିଆ ଉପରେ କଟକଣା, ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ

କଟକ,୫ା୧୦: କଟକ ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରବିବାର ସଂଧ୍ୟା ୭ଟାରୁ ସୋମବାର ସଂଧ୍ୟା ୭ଟା ପର୍ଯ୍ୟନ୍ତ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଯଥା ହ୍ବାଟ୍ସଆପ୍‌, ଫେସବୁକ୍‌, ଇନଷ୍ଟାଗ୍ରାମ୍‌ ଓ ସ୍ନାପ୍‌ଚାଟ୍‌ ଉପରେ ୨୪ ଘଣ୍ଟିଆ କଟକଣା ଲାଗୁ କରାଯାଇଛି। ଗୃହ ବିଭାଗ ପକ୍ଷରୁ ମୋବାଇଲ୍ ଇଣ୍ଟରନେଟ୍ ସେବା ମଧ୍ୟ ବାତିଲ୍ କରାଯାଇଛି।

କଟକରେ ସମ୍ପ୍ରତି ହୋଇଥିବା ବିଶୃଙ୍ଖଳାକୁ ନିୟନ୍ତ୍ରଣ କରିବା ପାଇଁ କମିଶନରେଟ ପୋଲିସ ତିନୋଟି ସ୍ପେଶାଲ୍ ଟିମ୍ ଗଠନ କରିଛି। ପୋଲିସ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ, ବିଶୃଙ୍ଖଳାକାରୀଙ୍କୁ ଚିହ୍ନଟ କରି ଗିରଫ କରାଯିବ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ଶାନ୍ତି ଓ ଭାଇଚାରା ବଜାୟ ରଖିବାକୁ ଅପିଲ୍ କରିଛନ୍ତି। ସେ କହିଛନ୍ତି, “କଟକ ଭାଇଚାରାର ଅନନ୍ୟ ନିଦର୍ଶନ। କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରର ଶାନ୍ତି ଓ ଗୌରବ ନଷ୍ଟ ହେଉଛି। ସରକାର ଏମାନଙ୍କ ଉପରେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ କରିବ।”

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଏହି ଘଟଣାରେ ଗଭୀର ଉଦ୍‌ବେଗ ପ୍ରକାଶ କରି ସମସ୍ତଙ୍କୁ ଶାନ୍ତି ଓ ଆଇନଶୃଙ୍ଖଳା ରକ୍ଷା କରିବାକୁ ଅନୁରୋଧ କରିଛନ୍ତି। ସହରରେ ଶାନ୍ତି ପୁନଃସ୍ଥାପନ ଓ ସାଧାରଣ ଜୀବନଯାତ୍ରା ସ୍ୱାଭାବିକ କରିବା ପାଇଁ ପ୍ରଶାସନ କଡ଼ା ପଦକ୍ଷେପ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri