ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର ପଞ୍ଚାୟତ କଣ୍ଟାପଡାସ୍ଥିତ ମଠ ମକୁନ୍ଦପୁର ଗ୍ରାମଠାରେ ଥିବା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ମା’ କନକ ଦୁର୍ଗା ନାଟ୍ୟ ସଂସଦ ପରିଚାଳକ ତଥା ବଣିକ ସଙ୍ଘ ସଭାପତି ଗୌରୀ ଶଙ୍କର ବାରିକିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ବରିଷ୍ଠ ନାଟ୍ୟ ନିର୍ଦେଶକ ନିରଞ୍ଜନ ମୁଦୁଲି,ଯୋଗେନ୍ଦ୍ର ସେଠି, କଳା ସଂସ୍କୃତିକ ମଞ୍ଚ ସଭାପତି ଶବର କୁମାର ତରାଇ, ମଞ୍ଚ ଉପସ୍ଥାପକ ସୁଧୀର କୁମାର ସାହୁ, ବରିଷ୍ଠ କଳାକାର ସମ୍ପଦ ନାହାକ, ଚର୍ଚ୍ଚିତ ଖଳନାୟକ ପ୍ରଦୀପ କୁମାର ପଣ୍ଡା, ସଂଯୋଜକ ସମର ରଞ୍ଜନ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ନିର୍ଦ୍ଦେଶକ ସ୍ବର୍ଗତ ପଙ୍କଜ କୁମାର ବାରିକିଙ୍କ ପାଇଁ ଶୋକ ବ୍ୟକ୍ତ କରାଯାଇଥିଲା । ପ୍ରଥମଥର ପାଇଁ ସ୍ଥାନୀୟ ଅଞ୍ଚଳରେ ଏହିଭଳି ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହେଉଥିବାରୁ ସମସ୍ତ କଳା ପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସହ ଦେଖିବାକୁ ମିଳିଛି। ଆସନ୍ତା ରଜ ଉତ୍ସବରେ ଟୁର୍ନାମେଣ୍ଟ କରାଯିବା ନେଇ ଆଲୋଚନା ହେବା ସହ ଏଥିପାଇଁ ଏକ ୧୧ ଜଣିଆ କମିଟି ଗଠନ କରାଯାଇଛି। କମିଟି ସଭାପତି ଭାବେ ଗୌରୀ ଶଙ୍କର ବାରିକି, ସମ୍ପାଦକ ଚିତ୍ତ ରଞ୍ଜନ ନାହାକ, ଶବର ତରାଇ, କୋଷାଧ୍ୟକ୍ଷ ସନ୍ତୋଷ କୁମାର ନାହାକ, ଦିଲ୍ଲୀପ କୁମାର ଛୋଟରାଏ, ସଦସ୍ୟ କାଁହୁ ଚରଣ ନାହାକ, ସୁଧୀର, ସଦାନନ୍ଦ, ସମ୍ପଦ, ଅକ୍ଷୟ ପ୍ରମୁଖଙ୍କୁ ସର୍ବ ସଂମତି କ୍ରମେ ଦାୟିତ୍ୱ ବହନ କରିଥିଲେ। ପ୍ରଶାସନର ବିଭିନ୍ନ ନିୟମାବଳୀ ମାନିବା ସହ ଆଗାମୀ ବୈଠକରେ ଅନୁଷ୍ଠାନର ନିୟମାବଳୀ ପ୍ରସ୍ତୁତ କରାଯିବ ବୋଲି ମତ ପ୍ରକାଶ ପାଇଥିଲା । ଏହି ଟୁର୍ନାମେଣ୍ଟରେ ଗୋଟିଏ ମଞ୍ଚରେ ପାଞ୍ଚଟି ନାଟ୍ୟ ସାଂସଦ ଭାଗ ନେଇ ନାଟକ ପରିବେଷଣ କରିବେ । ବିଚାରକମାନଙ୍କ ଦ୍ୱାରା ବିବେଚିତ ଦୁଇଟି ନାଟକକୁ ପ୍ରଥମ ଓ ଦ୍ୱିତୀୟ ଶ୍ରେଷ୍ଠ ନାଟକ ଘୋଷିତ କରାଯିବ ଏବଂ ପ୍ରଥମ ହୋଇଥିବା ନାଟକ ପରିଚାଳକଙ୍କୁ ଟ୍ରଫି ସହ ପଚାଶ ହଜାର ଓ ଦ୍ୱିତୀୟଙ୍କୁ ତିରିଶ ହଜାର ଟଙ୍କା ଓ ଟ୍ରଫି ପ୍ରଦାନ କରାଯିବ ବୋଲି ଆଲୋଚନା ହୋଇଛି। ଅନ୍ୟମାନଙ୍କ ମଧ୍ୟରେ ଲକ୍ଷ୍ମଣ ସାହୁ,ଦୀପକ କୁମାର ବେହେରା, କୁନା ନାହାକ, ସତ୍ୟ ନନ୍ଦ ନାହାକ,ଶିଶିର କୁମାର ନାହାକ ପ୍ରମୁଖ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri