ଭୀଷ୍ମଗିରି ରାମଜୀ ବିଦ୍ୟାଳୟରେ ସାମାଜିକ ସହଭାଗିତା କାର୍ଯ୍ୟକ୍ରମ: ୭୬ ମେଧାବୀଙ୍କୁ ମେଧାବୃତ୍ତି ପ୍ରଦାନ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଫ୍ୟୁଜନ ଫାଇନାନ୍ସ ଲିମିଟେଡ ପକ୍ଷରୁ ସାମାଜିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଅଧ୍ୟକ୍ଷ ଜେନାମଣି ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଫ୍ୟୁଜନ୍ କମ୍ପାନୀର ବରିଷ୍ଠ ଅଧିକାରୀ ଅମ୍ରିତ ରାମ ଲାଲ,ମହମ୍ମଦ ଇର୍ଫାନ,ଆଞ୍ଚଳିକ ମ୍ୟାନେଜର ଇପ୍ସିତ ବିଶ୍ୱଜିତ ହରିଚନ୍ଦନ,ମଣ୍ଡଳ ପ୍ରବନ୍ଧକ ଟୁକୁନା ପାତ୍ର,ରାମଜୀ ଡିଗ୍ରୀ କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କର ପ୍ରମୁଖ ମଞ୍ଚାସିନ ଅତିଥି ମାନଙ୍କୁ ଶିକ୍ଷକ କୁନା ବିବାର ସ୍ବାଗତ ସମ୍ବର୍ଦ୍ଧିତ କରିଥିଲେ।

ସଭାରେ ଉପସ୍ଥିତ ଛାତ୍ରୀ ଛାତ୍ର ବୃନ୍ଦ ଶିକ୍ଷାର ମହତ୍ତ୍ଵ ବୁଝିବା ସହ କଠିନ ପରିଶ୍ରମ କରି ବିଦ୍ୟାଧ୍ୟୟନ ରେ ବ୍ରତୀ ହେବାକୁ ଅତିଥିବୃନ୍ଦ ପରାମର୍ଶ ଦେଇଥିଲେ। ମେଧାବୀ ଛାତ୍ରୀ ଛାତ୍ର ମାନଙ୍କୁ ଶିକ୍ଷା କ୍ଷେତ୍ରରେ ଫ୍ୟୁଜନ୍ କମ୍ପାନୀ ର ନିରନ୍ତର ସହଯୋଗ ଏବଂ ଆର୍ଥିକ ସହାୟତା କୁ ବିଦ୍ୟାଳୟର ଅଧ୍ୟକ୍ଷ, ଶିକ୍ଷୟତ୍ରୀ ଶିକ୍ଷକ ବୃନ୍ଦ ପ୍ରଶଂସା କରିଥିଲେ। ପୂର୍ବରୁ ଚିହ୍ନଟ କରାଯାଇଥିବା ବିଦ୍ୟାଳୟର ୭୬ ଜଣ ମେଧାବୀ ଛାତ୍ରୀ ଛାତ୍ରଙ୍କ ବ୍ୟାଙ୍କ ଜମାଖାତାକୁ ଫ୍ୟୁଜନ କମ୍ପାନୀ ପକ୍ଷରୁ ମେଧାବୃତ୍ତି ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ସେମାନଙ୍କୁ ପ୍ରମାଣ ପତ୍ର ଓ ସ୍କୁଲ ବ୍ୟାଗ ଅତିଥିବୃନ୍ଦ ବଣ୍ଟନ କରିଥିଲେ। ଶେଷରେ ଶିକ୍ଷକ ସଚ୍ଚିନ ସେଠ୍ ଧନ୍ୟବାଦ ଅର୍ପଣ କରିଥିଲେ।

ବିଦ୍ୟାଳୟର ଶିକ୍ଷୟତ୍ରୀ ପ୍ରିୟଙ୍କା ପଣ୍ଡା,ଶୁଭସ୍ମିତା ପଣ୍ଡା,ସ୍ନିଗ୍ଧାମୟୀ ଶତପଥି, କାମେଶ୍ୱରୀ ସାହୁ,ରାଜଲକ୍ଷ୍ମୀ ସାହୁ,ଗୁରୁବାରି ବେହେରା, ଶିକ୍ଷକ ତୁଷାର କୁମାର ସାହୁ, ମନ୍ମୟ ପାତ୍ରଙ୍କ ସମେତ ଅନ୍ୟାନ୍ୟ ଶିକ୍ଷୟତ୍ରୀ ଶିକ୍ଷକ ଓ କର୍ମଚାରୀ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?