ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ ଜିଲାପାଳ ସୁବ୍ରତ ଶତପଥିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜନଶୁଣାଣିରେ ଭୁବନେଶ୍ୱର ସ୍ଥିତ ଓଡ଼ିଶା ସାମାଜିକ ସମୀକ୍ଷା, ଉତ୍ତର ଦାୟିତ୍ୱ ଓ ସ୍ୱଚ୍ଛତା ସମିତି (ଓସାଟ) ର ସାମାଜିକ ସମୀକ୍ଷା ବିଶେଷଜ୍ଞ ଜ୍ୟୋତି ରଞ୍ଜନ ଶତପଥି , ବିଡ଼ିଓ ଅନାମିକା ପାଣ୍ଡେ , ବ୍ଳକ ଅଧ୍ୟକ୍ଷା ଯମୁନା ନାୟକ , ଜିଲା ସାମାଜିକ ସୁରକ୍ଷା ଅଧିକାରୀ ରବିନ୍ଦ୍ର ମଲାଣ , ବ୍ଳକ ସହକାରୀ ନିର୍ୱାହୀ ଯନ୍ତ୍ରୀ ଇଂ. ଅଶୋକ ଶତପଥି , ବ୍ଲକ ଶିକ୍ଷାଧିକାରୀ ସନ୍ତୋଷ କୁମାର ମହାପାତ୍ର ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଜନଶୁଣାଣି ଶିବିରରେ ବ୍ଲକ ଅଧିନ ୨୫ ଟି ପଞ୍ଚାୟତରେ ଗତ ୨୦୨୫ ଏପ୍ରିଲ ୧ ତାରିଖ ଠାରୁ ୨୦୨୫ ସେପ୍ଟେମ୍ୱର ୩୦, ୬ ମାସ ମଧ୍ୟରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଅନ୍ତର୍ଗତ ପ୍ରକଳ୍ପର କାର୍ଯ୍ୟକାରିତା ସମେତ ସମଗ୍ର ଶିକ୍ଷା ଯୋଜନାରେ ବିଭିନ୍ନ ସ୍କୁଲର ଭିତ୍ତିଭୂମି ବିକାଶ ପାଇଁ ପ୍ରସ୍ତୁତ ଆକଳନ ରିପୋର୍ଟ ସମ୍ପର୍କରେ ଆଲୋକପାତ କରାଯାଇଥିଲା।

ବ୍ଳକ ସାମାଜିକ ସମୀକ୍ଷକ ଶଙ୍କର ମିଶ୍ର ଏମଜିଏନଆରଜିଏ ଯୋଜନାରେ କରାଯାଇଥିବା ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକାରିତା ନେଇ ସମୀକ୍ଷା ରିପୋର୍ଟ ଉପସ୍ଥାପନ କରିଥିଲେ। ବଡ଼ଡୁମ୍ୱୁଳା ଗାଁ ରେ ସନ୍ତୋଷିନି ଜେନାଙ୍କ ନାଁରେ ଫାର୍ମପଣ୍ଡ ପ୍ରକଳ୍ପ ପାଇଁ ମଞ୍ଜୁର କରାଯାଇଥିବା ୨୧୪୦୦୦ ଟଙ୍କାରୁ ଆଦୌ କାମ କରାନଯାଇ ଅନ୍ୟ ଏକ ବହୁ ପୁରାତନ ପୋଖରୀର ଫୋଟ ଦାଖଲ କରି ୪୯୦୪୯ ଟଙ୍କା ଉଠାଣ କରାଯାଇଥିବା ନେଇ ସେ ତଦନ୍ତ ରିପୋର୍ଟ ପ୍ରଦାନ କରିବା ପରେ ତଦନ୍ତ କରାଯାଇ ଉକ୍ତ ଟଙ୍କା ଆଦାୟ କରାଯିବ ବୋଲି ବିଡ଼ିଓ କହିଥିଲେ। ଏହି ଜନଶୁଣାଣି ଶିବିରରେ ବ୍ଲକ ଏପିଓ ସନ୍ତୋଷ କୁମାର ସାହୁ , ପୂର୍ୱତନ ବ୍ଳକ ଅଧ୍ୟକ୍ଷ ତଥା ଜିଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ପ୍ରଧାନ , ବ୍ଳକ ଏମ.ପି ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀ ,ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ, ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ବିଶ୍ରବା ପାଇକ,ରସାନନ୍ଦ ଘଡ଼େଇ, ଦିଗପହଣ୍ଡି ବନ ବିଭାଗ ପକ୍ଷରୁ ଫରେଷ୍ଟର ସନ୍ତୋଷ ବିଷୋୟୀରତ୍ନ, ସରପଞ୍ଚ ଫନିନ୍ଦ୍ର ଚନ୍ଦ୍ର ଗୋସ୍ୱାମୀ ,ବି. ଲିଙ୍ଗରାଜ ଦୋରା , ବିଜୟ ପ୍ରଧାନ , ମନୋରଞ୍ଜନ ଗୈାଡ , ଗୀତାଞ୍ଜଳି ଜାନୀ , ରଞ୍ଜନ କୁମାର ସାହୁ , ସଂଧ୍ୟାରାଣୀ ସୁବୁଦ୍ଧି , ସରପଞ୍ଚ ପ୍ରତିନିଧି ଶିବରାମ ପ୍ରଧାନ , ବିପ୍ରଚରଣ ସେଠୀ , ଚିତ୍ରସେନ ଗୈାଡ ,ରବିଚନ୍ଦ୍ର ଗୈାଡ , ପ୍ରଶାନ୍ତ ପ୍ରଧାନଙ୍କ ସମେତ ବହୁ ସଂଖ୍ୟକ ପ୍ରଧାନ ଶିକ୍ଷୟତ୍ରୀ, ପ୍ରଧାନ ଶିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ବହୁ ଅଧିକାରୀ ଉପସ୍ଥିତ ଥିଲେ । ତେବେ ଏହି ଜନଶୁଣାଣିରେ ଅର୍ଦ୍ଧାଧିକ ପଞ୍ଚାୟତର ନିର୍ୱାଚିତ ପ୍ରତିନିଧି ଅନୁପସ୍ଥିତ ରହିଥିବା ଦେଖିବାକୁ ମିଳିଥିଲା । ଏହି ଶିବିରରେ କେବଳ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ କାର୍ଯ୍ୟରତ ଅଧିକାରୀ ବୃନ୍ଦ ଏବଂ ଶିକ୍ଷା ବିଭାଗ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri