ଖବରକାଗଜ ବିତରକଙ୍କ ପାଇଁ ସାମାଜିକ ସୁରକ୍ଷା

ଭୁବନେଶ୍ୱର,୧ା୧୨(ବ୍ୟୁରୋ):ସୂଚନା ଓ ଖବର ପ୍ରସାରଣରେ ବିତରକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର କର୍ମମୟ ଜୀବନ ଆରମ୍ଭ ହୋଇଥାଏ। ଜନସାଧାରଣଙ୍କୁ ଖବର ସହ ଯୋଡ଼ିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟର ଖବରକାଗଜ ବିତରକଙ୍କ ପାଇଁ ଏକ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଛନ୍ତି।
ଏହି ଯୋଜନା ଅନୁଯାୟୀ ଓଡ଼ିଶା ଅଣ ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧୀନରେ ପଞ୍ଜୀକୃତ ହୋଇଥିବା ଖବରକାଗଜ ବିତରକମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ। ଏହି ଯୋଜନା ଅନୁଯାୟୀ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ପ୍ରାକୃତିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ। ସେହିପରି ଦୁର୍ଘଟଣା ଯୋଗୁ ସମ୍ପୂର୍ଣ୍ଣ ଅକ୍ଷମ ହୋଇଥିବା ବିତରକମାନଙ୍କୁ ଦେଢ଼ଲକ୍ଷ ଟଙ୍କା ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ଉଭୟ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୮୦ ହଜାର ଟଙ୍କା ଏବଂ ଗୋଟିଏ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୪୦ ହଜାର ଟଙ୍କା ସହାୟତା ଦିଆଯିବ।
କୋଭିଡ୍‌ ଯୋଗୁ ସେମାନେ ସମ୍ମୁଖୀନ ହୋଇଥିବା ଆର୍ଥିକ ଦୁଃସ୍ଥିତିକୁ ଦୃଷ୍ଟିରେ ରଖି ସବୁ ପଞ୍ଜୀକୃତ ଖବରକାଗଜ ବିତରକମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର ସହାୟତା ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ଯୋଗାଇ ଦିଆଯିବ।
କାମ କରିବା ପାଇଁ ବହୁତ ସମୟରେ ବିତରକମାନେ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ସମସ୍ୟାକୁ ଦୂର କରିବା ପାଇଁ ରାଜ୍ୟ ସରକାର ସେମାନଙ୍କ ପାଇଁ ଜିଲାସ୍ତରରେ ଉପଯୁକ୍ତ ୱାର୍କଶେଡ୍‌ ନିର୍ମାଣ କରି ଯୋଗାଇ ଦେବାକୁ ନିଷ୍ପତ୍ତି ହୋଇଛି ।
ଏଥିସହିତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟ ଓ ଜିଲାସ୍ତରରେ ବିତରକମାନଙ୍କର ଏକ ଡିଜିଟାଲ ଡାଟାବେସ୍‌ ପରିଚାଳନା କରାଯାଇ ସମସ୍ତ ବିତରକମାନଙ୍କୁ ଜିଲା ସ୍ତରରେ ଯାଞ୍ଚ କରାଯାଇ ପରିଚୟ ପତ୍ର ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri