ଖବରକାଗଜ ବିତରକଙ୍କ ପାଇଁ ସାମାଜିକ ସୁରକ୍ଷା

ଭୁବନେଶ୍ୱର,୧ା୧୨(ବ୍ୟୁରୋ):ସୂଚନା ଓ ଖବର ପ୍ରସାରଣରେ ବିତରକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର କର୍ମମୟ ଜୀବନ ଆରମ୍ଭ ହୋଇଥାଏ। ଜନସାଧାରଣଙ୍କୁ ଖବର ସହ ଯୋଡ଼ିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟର ଖବରକାଗଜ ବିତରକଙ୍କ ପାଇଁ ଏକ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଛନ୍ତି।
ଏହି ଯୋଜନା ଅନୁଯାୟୀ ଓଡ଼ିଶା ଅଣ ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧୀନରେ ପଞ୍ଜୀକୃତ ହୋଇଥିବା ଖବରକାଗଜ ବିତରକମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ। ଏହି ଯୋଜନା ଅନୁଯାୟୀ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ପ୍ରାକୃତିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ। ସେହିପରି ଦୁର୍ଘଟଣା ଯୋଗୁ ସମ୍ପୂର୍ଣ୍ଣ ଅକ୍ଷମ ହୋଇଥିବା ବିତରକମାନଙ୍କୁ ଦେଢ଼ଲକ୍ଷ ଟଙ୍କା ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ଉଭୟ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୮୦ ହଜାର ଟଙ୍କା ଏବଂ ଗୋଟିଏ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୪୦ ହଜାର ଟଙ୍କା ସହାୟତା ଦିଆଯିବ।
କୋଭିଡ୍‌ ଯୋଗୁ ସେମାନେ ସମ୍ମୁଖୀନ ହୋଇଥିବା ଆର୍ଥିକ ଦୁଃସ୍ଥିତିକୁ ଦୃଷ୍ଟିରେ ରଖି ସବୁ ପଞ୍ଜୀକୃତ ଖବରକାଗଜ ବିତରକମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର ସହାୟତା ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ଯୋଗାଇ ଦିଆଯିବ।
କାମ କରିବା ପାଇଁ ବହୁତ ସମୟରେ ବିତରକମାନେ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ସମସ୍ୟାକୁ ଦୂର କରିବା ପାଇଁ ରାଜ୍ୟ ସରକାର ସେମାନଙ୍କ ପାଇଁ ଜିଲାସ୍ତରରେ ଉପଯୁକ୍ତ ୱାର୍କଶେଡ୍‌ ନିର୍ମାଣ କରି ଯୋଗାଇ ଦେବାକୁ ନିଷ୍ପତ୍ତି ହୋଇଛି ।
ଏଥିସହିତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟ ଓ ଜିଲାସ୍ତରରେ ବିତରକମାନଙ୍କର ଏକ ଡିଜିଟାଲ ଡାଟାବେସ୍‌ ପରିଚାଳନା କରାଯାଇ ସମସ୍ତ ବିତରକମାନଙ୍କୁ ଜିଲା ସ୍ତରରେ ଯାଞ୍ଚ କରାଯାଇ ପରିଚୟ ପତ୍ର ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri