Posted inଫୁରସତ

ସାମାଜିକ ସୁରକ୍ଷା ଅପରିହାର୍ଯ୍ୟ

ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି, ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର ପାଇଁ ଏବଂ ସମାଜରେ ସମସ୍ତଙ୍କୁ ସମାନ ଅଧିକାର ପ୍ରଦାନ ଅପରିହାର୍ଯ୍ୟ। ଏ ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଫେବୃୟାରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଇଥାଏ। ମଣିଷ ମଣିଷ ଭିତରେ ଏପରି କି ଦେଶ ଦେଶ ମଧ୍ୟରେ ଶାନ୍ତି, ସହାବସ୍ଥାନ ପ୍ରତିଷ୍ଠା କରିବାରେ ସାମାଜିକ ନ୍ୟାୟର ଭୂମିକା ରହିଛି। ଲିଙ୍ଗଗତ, ବୟସ, ଜାତି, ଧର୍ମ, ସମ୍ପ୍ରଦାୟ ଓ ସଂସ୍କୃତି କ୍ଷେତ୍ରରେ ରହିଥିବା ସାମାଜିକ ବାଧାକୁ ହଟାଇଦେବା ଦ୍ୱାରା ଆମେ ସହଜରେ ସାମାଜିକ ନ୍ୟାୟ ପ୍ରତିଷ୍ଠା କରିପାରିବା। ଏଥିପାଇଁ ୨୬ ନଭେମ୍ବର,୨୦୦୭ରେ ଜାତିସଂଘ ସାଧାରଣ ପରିଷଦ ୨୦ ଫେବୃୟାରୀକୁ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଭାବେ ପାଳନକରିବାକୁ ଘୋଷଣା କରିବା ପରେ ୨୦୦୯ରେ ଏହି ଦିବସ ପ୍ରଥମେ ପାଳନ କରାଯାଇଥିଲା।
ଦିବସ ସାମାଜିକ ନ୍ୟାୟକୁ ପ୍ରୋତ୍ସାହିତ କରିବାର ଆବଶ୍ୟକତାକୁ ସ୍ବୀକୃତି ଦେଇଥାଏ। ସାମାଜିକ ନ୍ୟାୟ ଦିବସ ପାଳନ କରିବାର ମୂଳ ଉଦ୍ଦେଶ୍ୟ ହେଉଛି ସାମାଜିକ ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରିବା ଏବଂ ଦାରିଦ୍ର୍ୟ, ଲିଙ୍ଗଗତ, ଶାରୀରିକ ଭେଦଭାବ, ନିରକ୍ଷରତା, ଧାର୍ମିକ ଭେଦଭାବ ଦୂରକରିବା ପାଇଁ ବିଭିନ୍ନ ସମ୍ପ୍ରଦାୟକୁ ଅନ୍ତର୍ଜାତୀୟ ସ୍ତରରେ ଏକତ୍ରିତ କରିବା।
ଏହି ଅବସରରେ ବିଶ୍ୱବ୍ୟାପୀ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ।
ନିଷ୍ପକ୍ଷ ଜଗତୀକରଣ ପାଇଁ ସାମାଜିକ ନ୍ୟାୟ ଉପରେ କରାଯାଇଥିବା ଘୋଷଣାନାମାକୁ ଆନ୍ତର୍ଜାତିକ ଶ୍ରମ ସଂଘ( ଆଇଏଲ୍‌ଓ) ଗ୍ରହଣ କରିବା ଦ୍ୱାରା ସାମାଜିକ ନ୍ୟାୟ ପ୍ରତି ଜାତିସଂଘର ପ୍ରତିବଦ୍ଧତା ପ୍ରତିପାଦିତ ହୋଇଛି। ଏହି ଘୋଷଣାନାମା ୧୦ ଜୁନ୍‌, ୨୦୦୮ରେ କରାଯାଇଥିତ୍ଲା। ସମସ୍ତଙ୍କ ପାଇଁ ନିଯୁକ୍ତି, ସାମାଜିକ ସୁରକ୍ଷା, ସାମାଜିକ ବକ୍ତବ୍ୟ ଏବଂ ମୌଳିକ ନୀତି ଓ ଅଧିକାର ଉପରେ ଏହା ଗୁରୁତ୍ୱ ଦିଏ। ପୂର୍ବରୁ ଆଇଏଲ୍‌ଓ ଦ୍ୱାରା ୧୯୪୪ ଏବଂ ୧୯୯୮ରେ ଦୁଇଟି ଘୋଷଣା କରାଯାଇଥିଲେ ମଧ୍ୟ ୨୦୦୮ ଘୋଷଣାନାମା ଜଗତୀକରଣ ଯୁଗରେ ଏକ ନୂଆ ପଥ ଦେଖାଇଛି। ଏକ ଜଟିଳ ରାଜନୈତିକ ଅଭିଯାନ ଦ୍ୱାରା ଏହା ସମ୍ଭବ ହୋଇଥିଲା ଓ ଏଥିପାଇଁ ଏକ ବିସ୍ତୃତ ସହମତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?