ଭିଜିଲାନ୍ସ ଜାଲରେ ସାମାଜିକ ସୁରକ୍ଷା ଅଧିକାରୀ, ଡିଜିଟାଲ ମୋଡ୍‌ରେ ଲାଞ୍ଚ ନେଉଥିବାବେଳେ…

କେନ୍ଦୁଝର,୬।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର DSSO ବିପ୍ଳବ କେଶରୀ ସାମନ୍ତରାୟ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବିଭିନ୍ନ ହିତାଧିକାରୀଙ୍କ ଠାରୁ ଫୋନ ପେ ମାଧ୍ୟମରେ ପାଖାପାଖି ୨୫ ଲକ୍ଷ ଟଙ୍କା ନେଇଥିବା କେନ୍ଦୁଝର ସାମାଜିକ ସୁରକ୍ଷା ଅଧିକାରୀ ବିପ୍ଳବ ସାମନ୍ତରାୟଙ୍କ ବିରୁଦ୍ଧରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଛି। ଏଭଳି ଅଭିଯୋଗ କଟକ ଭିଜିଲାନ୍ସ ସେଲରେ ହୋଇଥିବାବେଳେ କେନ୍ଦୁଝର ଭିଜିଲାନ୍ସ ୟୁନିଟ ପକ୍ଷରୁ ଏହାର ତଦନ୍ତ ଆରମ୍ଭ ହୋଇଛି। ଶେଷ ଥର ଫୋନ ପେ’ରେ ୨୦ ହଜାର ଟଙ୍କା ନେଇଥିବା ଜଣାପଡ଼ିଛି।

ପ୍ରକାଶ ଯେ, ଭିନ୍ନକ୍ଷମ ଲୋକଙ୍କୁ କୃତ୍ରିମ ଅଙ୍ଗ, ଆଶାବାଡି, ତିନି ଚକିଆ ସାଇକେଲ, ମୋଟର ଚାଳିତ ସାଇକେଲ ଆଦି ଦେଇ ଥଇଥାନ କରିବା ପାଇଁ ଏହି ବିଭାଗ କାମ କରି ଆସୁଛି। ଏଥିପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରିବା ସହ ରାଙ୍କୀ ଗ୍ରାମ ନିକଟରେ ଏକ ପୁନର୍ବାସ ଥଇଥାନ କେନ୍ଦ୍ର ଖୋଲାଯାଇଛି । ଏହି ଭିନ୍ନକ୍ଷମ ହିତାଧିକାରୀଙ୍କୁ ଥଇଥାନ କରିବାକୁ ବହୁ ପରିମାଣରେ ଟଙ୍କା ଆଦାୟ ହୋଇଥିବା ଅଭିଯୋଗ ପରେ ଭିଜିଲାନ୍ସ ବିଭାଗ ତଦନ୍ତ କରୁଥିବା ସୂଚନା ମିଳିଛି। ଘଟଣାର ତଦନ୍ତ ଚାଲିଛି। ତାଙ୍କ ଫୋନ ପେ ଯାଞ୍ଚ ଓ ତଦନ୍ତ ପରେ ସବୁ ଜଣାପଡ଼ିବ ବୋଲି କେନ୍ଦୁଝର ୟୁନିଟର ଡିଏସପି ସୁଧାଂଶୁ ପୂଜାରୀ କହିଛନ୍ତି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri