ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ପୌରପାଳିକା ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦ୍‌ଘାଟନ କରିଥିଲେ। ଭଞ୍ଜନଗର ଶାଖା ସଂଯୋଜିକା ସନ୍ତୋଷିନୀ ଭଉଣୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଏହି ଅବସରରେ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଅକ୍ଷୟ କୁମାର ସୁବୁଦ୍ଧି, ବୈକୁଣ୍ଠ ଭାଇ, ବ୍ଲଡ୍‌ ବ୍ୟାଙ୍କ ଅଧିକାରୀ ଡ. ସତୀଶ ମୋହନ ପାଢ଼ୀ ଓ ସାମାଜିକ କର୍ମୀ ଶୁଳପାଣି ଶତପଥୀ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ।

ବକ୍ତାମାନେ କହିଥିଲେ ଯେ, ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ଶାଖା ବିଶ୍ୱର ବିଭିନ୍ନ ଦେଶରେ ପ୍ରତିଷ୍ଠିତ ହୋଇଛି। ବିଭିନ୍ନ ଶାଖା ପକ୍ଷରୁ ସମାଜସେବାମୂଳକ କାର୍ଯ୍ୟ ସହ ଲୋକଙ୍କୁ ଆଧ୍ୟାତ୍ମିକ ଜ୍ଞାନ ପ୍ରଦାନ କରାଯାଉଛି। ଏହାଦ୍ୱାରା ସମାଜର ମଙ୍ଗଳ ସହ ଲୋକଙ୍କ ଆତ୍ମିକ ଓ ନୈତିକ ଉନ୍ନତିରେ ସହାୟତା ମିଳୁଛି।

କାର୍ଯ୍ୟକ୍ରମକୁ ସଫଳ କରିବାରେ ବ୍ରହ୍ମାକୁମାରୀ ଅଲିଭା, ଅନିତା, ପିଙ୍କି, ପ୍ରାଚୀ ପ୍ରମୁଖ ସହଯୋଗ କରିଥିଲେ। ଭଞ୍ଜନଗର ବ୍ଲଡ୍‌ ବ୍ୟାଙ୍କର କର୍ମଚାରୀ ବିପିନ ପାଢ଼ୀ, ଲକ୍ଷ୍ମୀ ନୃସିଂହ ମାଝୀ, ସୀମାଞ୍ଚଳ ସେଠୀ, ଅର୍ଚ୍ଚନା ସାହୁ ଓ ବିଜୟ କୁମାର ମହାକୁଡ଼ ପ୍ରମୁଖ ରକ୍ତ ସଂଗ୍ରହରେ ସହଯୋଗ କରିଥିଲେ।

ସୂଚନାଯୋଗ୍ୟ ଯେ, ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ସହ ରକ୍ତଦାନ ଶିବିର, ବୃକ୍ଷରୋପଣ, ସଡ଼କ ସୁରକ୍ଷା, ଶିକ୍ଷା ଓ ସ୍ୱାସ୍ଥ୍ୟ ଶିବିର ଭଳି ବିଭିନ୍ନ ସମାଜସେବାମୂଳକ କାର୍ଯ୍ୟକ୍ରମ ବର୍ଷତମାମ ଆୟୋଜନ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri