ବିଶିଷ୍ଟ ସାମାଜିକ କର୍ମୀ ଡି. ସତ୍ୟନାରାୟଣଙ୍କ ପରଲୋକ: ପାଳନ ହେଲା ଶୋକସଭା

ଭବାନୀପାଟଣା,୧।୧୨(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ତଥା ଉଦ୍ୟୋଗପତି ଦଶାରୀ ଭିରା ଭେଙ୍କଟ ସତ୍ୟନାରାୟଣ (୫୯)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବରଗଡ଼ ବିକାଶ ମେଡିକାଲରେ ପରଲୋକ ହୋଇଯାଇଛି । ସେ ବରଗଡ଼ ନିକଟସ୍ଥ ଖଣ୍ଡହଥା ଗ୍ରାମର ବାସିନ୍ଦା ହୋଇଥିବାବେଳେ ଭବାନୀପାଟଣା ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନର ନିର୍ଦ୍ଦେଶକ ଡି ଶ୍ୟାମ ଓ ଡି ରାମ କୁମାରଙ୍କ ପିତା ଅଟନ୍ତି। ଏହାସହ ଲକ୍ଷ୍ମୀ ବିକାଶ ଗ୍ରୁପର ପରିଚାଳନା ମଣ୍ଡଳୀ ସଦସ୍ୟ । ଲକ୍ଷ୍ମୀ ବିକାଶ ଗ୍ରୁପ ନିମନ୍ତେ ତାଙ୍କର ବିଶେଷ ଅବଦାନ ରହିଛି । ତାଙ୍କ ବିୟୋଗରେ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ସୋମବାର ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନ ଭବାନୀପାଟଣାଠାରେ ଏକ ଶୋକସଭା ପାଳିତ ହୋଇଯାଇଛି । ତାଙ୍କ ବିୟୋଗରେ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନର ଅପୂରଣୀୟ କ୍ଷତି ଘଟିଛି ବୋଲି ମତ ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri