ଆଜିଠୁ ଶ୍ରୀମନ୍ଦିରରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ

ପୁରୀ,୨୪ା୯(ଅଜିତ୍‌ କୁମାର ମହାନ୍ତି): ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ।

ଏହି ପରିପେକ୍ଷୀରେ ଶ୍ରୀମନ୍ଦିର ପରିସରସ୍ଥ ମା’ ବିମଳାଙ୍କ ପୀଠରେ ମଧ୍ୟ ମଙ୍ଗଳବାରଠାରୁ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଛି। ଏଥିସହ ଶ୍ରୀମନ୍ଦିର ଭିତରେ ବେଢାପରିସରସ୍ଥ ମା’ ଭୁବନେଶ୍ୱରୀ, ମା’ ବାଟମଙ୍ଗଳା, ମା’ ଉତ୍ତରାୟଣୀ ଏବଂ ଶ୍ରୀକ୍ଷେତ୍ରର ଦକ୍ଷିଣକାଳୀ, ଆଲାମଚଣ୍ଡୀ ଏବଂ କିଳେଶ୍ୱରପୁର ଶାସନର ପଞ୍ଚମୁଖୀ ଠାକୁରାଣୀଙ୍କ ପୀଠରେ ମଧ୍ୟ ଷୋଡ଼ଶ ପୂଜା ଓ ଚଣ୍ଡୀପାଠ କରାଯିବ।

ତେବେ ପୂଜା ପୂର୍ବରୁ ମଙ୍ଗଳବାର ପୂର୍ବାହ୍ନରେ ଶ୍ରୀନଅରରେ ୨୧ ଜଣ ଶୋତ୍ରୀୟ ବ୍ରାହ୍ମଣଙ୍କୁ ବରଣ କରାଯିବ। ବରଣ ପରେ ଶୋତ୍ରୀୟ ବ୍ରାହ୍ମଣମାନେ ପୂଜାର୍ଚ୍ଚନା ଆରମ୍ଭ କରିବେ। ଷୋଳପୂଜା ପାଇଁ ଚଳଚଞ୍ଚଳ ହୋଇ ପଡିଛି ଶ୍ରୀକ୍ଷେତ୍ର।

ମଙ୍ଗଳବାର ମହାରାଜା ବିଦ୍ୟସିଂହ ଦେବଙ୍କ ପଇତା ଲାଗି, ଦେବାର୍ଚ୍ଚନା, ମଙ୍ଗଳାର୍ପଣ ନୀତି ସମ୍ପନ୍ନ ହେବା ପରେ ରାଜଗୁରୁଙ୍କୁ ଗଜପତି ଶ୍ରୀହସ୍ତ ଛୁଆଁ ଗୁଆ, ନଡ଼ିଆ ପ୍ରଦାନ କରିବେ। ଗଜପତିଙ୍କ ପ୍ରତିନିଧି ଭାବେ ରାଜଗୁରୁ ଏହି ଗୁଆ, ନଡ଼ିଆ ବ୍ରାହ୍ମଣମାନଙ୍କୁ ଦେଇ ବରଣ କରିବେ। ସେହିପରି ଶ୍ରୀମନ୍ଦିରରେ ସହସ୍ର କୁମ୍ଭାଭିଷେକ ଓ ଦେବୀ ଉତ୍‌ଥାପନ ନୀତି ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri