ଆଜିଠୁ ଶ୍ରୀମନ୍ଦିରରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ

ପୁରୀ,୨୪ା୯(ଅଜିତ୍‌ କୁମାର ମହାନ୍ତି): ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ।

ଏହି ପରିପେକ୍ଷୀରେ ଶ୍ରୀମନ୍ଦିର ପରିସରସ୍ଥ ମା’ ବିମଳାଙ୍କ ପୀଠରେ ମଧ୍ୟ ମଙ୍ଗଳବାରଠାରୁ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଛି। ଏଥିସହ ଶ୍ରୀମନ୍ଦିର ଭିତରେ ବେଢାପରିସରସ୍ଥ ମା’ ଭୁବନେଶ୍ୱରୀ, ମା’ ବାଟମଙ୍ଗଳା, ମା’ ଉତ୍ତରାୟଣୀ ଏବଂ ଶ୍ରୀକ୍ଷେତ୍ରର ଦକ୍ଷିଣକାଳୀ, ଆଲାମଚଣ୍ଡୀ ଏବଂ କିଳେଶ୍ୱରପୁର ଶାସନର ପଞ୍ଚମୁଖୀ ଠାକୁରାଣୀଙ୍କ ପୀଠରେ ମଧ୍ୟ ଷୋଡ଼ଶ ପୂଜା ଓ ଚଣ୍ଡୀପାଠ କରାଯିବ।

ତେବେ ପୂଜା ପୂର୍ବରୁ ମଙ୍ଗଳବାର ପୂର୍ବାହ୍ନରେ ଶ୍ରୀନଅରରେ ୨୧ ଜଣ ଶୋତ୍ରୀୟ ବ୍ରାହ୍ମଣଙ୍କୁ ବରଣ କରାଯିବ। ବରଣ ପରେ ଶୋତ୍ରୀୟ ବ୍ରାହ୍ମଣମାନେ ପୂଜାର୍ଚ୍ଚନା ଆରମ୍ଭ କରିବେ। ଷୋଳପୂଜା ପାଇଁ ଚଳଚଞ୍ଚଳ ହୋଇ ପଡିଛି ଶ୍ରୀକ୍ଷେତ୍ର।

ମଙ୍ଗଳବାର ମହାରାଜା ବିଦ୍ୟସିଂହ ଦେବଙ୍କ ପଇତା ଲାଗି, ଦେବାର୍ଚ୍ଚନା, ମଙ୍ଗଳାର୍ପଣ ନୀତି ସମ୍ପନ୍ନ ହେବା ପରେ ରାଜଗୁରୁଙ୍କୁ ଗଜପତି ଶ୍ରୀହସ୍ତ ଛୁଆଁ ଗୁଆ, ନଡ଼ିଆ ପ୍ରଦାନ କରିବେ। ଗଜପତିଙ୍କ ପ୍ରତିନିଧି ଭାବେ ରାଜଗୁରୁ ଏହି ଗୁଆ, ନଡ଼ିଆ ବ୍ରାହ୍ମଣମାନଙ୍କୁ ଦେଇ ବରଣ କରିବେ। ସେହିପରି ଶ୍ରୀମନ୍ଦିରରେ ସହସ୍ର କୁମ୍ଭାଭିଷେକ ଓ ଦେବୀ ଉତ୍‌ଥାପନ ନୀତି ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri